୨୪ ଘଣ୍ଟାରେ ଦୁଇ ଥର ଥରିଲା ତାଜିକିସ୍ତାନ
ରବିବାର ତାଜିକିସ୍ତାନରେ ୨୪ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରେକର୍ଡ କରାଯାଇଥିଲା, ଯାହାକୁ ବହୁତ ଶକ୍ତିଶାଳୀ ବୋଲି କୁହାଯାଉଛି। ଭୂକମ୍ପର ଝଟ୍କା ଅନୁଭୂତ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ତଥାପି କୌଣସି ବଡ଼ କ୍ଷୟକ୍ଷତି କିମ୍ବା ଜୀବନହାନି ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।
ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠଠାରୁ ୧୦ କିଲୋମିଟର ତଳେ ଥିଲା। ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ପାଇଁ ତାଜିକିସ୍ତାନରେ ଭୂକମ୍ପ ହୋଇଛି। ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ୨୪ ସମୟରେ ତାଜିକିସ୍ତାନରେ ରିକ୍ଟର ସ୍କେଲରେ ୪.୨ ତୀବ୍ରତାର ଏକ ଭୂକମ୍ପ ମଧ୍ୟ ଅନୁଭୂତ ହୋଇଥିଲା। ଶନିବାର ହୋଇଥିବା ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାରେ ଥିଲା।

ତାଜିକିସ୍ତାନରେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କୌଣସି ଧନଜୀବନ କ୍ଷୟକ୍ଷତିର ଖବର ନାହିଁ। ଶନିବାରର ଭୂକମ୍ପରେ କେହି ମୃତାହତ ହୋଇନାହାନ୍ତି। ରବିବାର ଏପର୍ଯ୍ୟନ୍ତ କୌଣସି ବଡ଼ କ୍ଷୟକ୍ଷତିର ରିପୋର୍ଟ ଆସି ନାହିଁ। ତଥାପି, ରବିବାର ଭୂକମ୍ପର ଝଟକା ବହୁତ ଶକ୍ତିଶାଳୀ ଥିଲା। ଲଗାତାର ଦୁଇ ଦିନ ଧରି ଭୂକମ୍ପ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।












Click it and Unblock the Notifications