Syria Bomb Blast: ସିରିଆରେ ଭୟଙ୍କର ବୋମା ବିସ୍ଫୋରଣ: ୬ ମୃତ, ୨୩ ଆହତ
Syria Bomb Blast: ସିରିଆରେ ବଡ଼ ଧରଣର ବିସ୍ପୋରଣ । ବୋମା ବିସ୍ପୋରଣରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ରୁ ଅଧିକ ଲୋକ ଆହତ ହୋଇଥିବା ନେଇ ସୂଚନା ରହିଛି । ସିରିଆର ରାଜଧାନୀ ଦମ୍ମାସକସର ଦକ୍ଷିଣରେ ଥିବା ଶିଆ ମସଦିଦ ନିକଟରେ ଏହି ଆକ୍ରମଣ ହୋଇଥିବା ନେଇ ସୂଚନା ଦେଇଛି ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ।
ସେୟେଦା ଜାଇନାବ ସୌମସଲି ନିକଟସ୍ଥ ଶିଆ ମସଜିଦ ଏକ ଜନଗହଳି ପୂର୍ଣ୍ଣ ସ୍ଥାନ । ପ୍ରତ୍ୟେକ ଦିନ ଏଠାରେ ହଜାର ହଜାର ଲୋକଙ୍କର ସମାଗମ ହୋଇଥାଏ । ଏଠାରେ ଛିଡା ହୋଇଥିବା ଦୁଇଟି ଟ୍ୟାକ୍ସି ନିକଟରେ ଏକ ବାଇକରେ ବୋମା ଖଞ୍ଜା ଯାଇଥିଲା । ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ଏବଂ ଆହତ ମାନଙ୍କ ପରିଚୟ ସ୍ପଷ୍ଟ ହୋଇ ପାରି ନାହିଁ । ସମସ୍ତ ମୃତ ଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

ତେବେ ଏହି ଆକ୍ରମଣ ପଛରେ ଆତଙ୍କୀ ଲିଙ୍କ ଥିବା ସନ୍ଦେହ କରାଯାଉଛି । ସରକାରୀ ଅଧିକାରୀଙ୍କ ସୂଚନା ଅନୁସାରେ, ବାଇକରେ ଲାଗିଥିବା ବୋମା ବିସ୍ଫୋରଣ ଦ୍ୱାରା ଏହି ଅଘଟଣ ଘଟିଛି । ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି । ସୂଚନାଥାଉ ଯେ, ଏପ୍ରିଲ୍ ୨୪ ତାରିଖରେ ପାକିସ୍ତାନର ଏକ ଥାନାରେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ୧୨ ଜଣ କର୍ମୀଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଜଣ ଆହତ ହୋଇଥିଲେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications