ରାସ୍ତା ଉପରେ ଜଳିଗଲା ଯାତ୍ରୀବାହୀ ବସ୍; ୭୧ ଯାତ୍ରୀ ମୃତ
ପଶ୍ଚିମ ଆଫଗାନିସ୍ତାନର ହେରାତ୍ରେ ଏକ ଛାତିଥରା, ମର୍ମନ୍ତୁଦ ସଡକ ଦୁର୍ଘଟଣାର ଖବର ବୁଧବାର ସାମ୍ନାକୁ ଆସିଛି । ମଙ୍ଗଳବାର ଦିନ ଆଫଗାନିସ୍ତାନରୁ ଇରାନରୁ ଫେରିଥିବା ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ବସ୍ରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୭୧ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହି ଯାତ୍ରୀବାହୀ ବସ୍ ଏକ ଟ୍ରକ୍ ଓ ମୋଟରସାଇକେଲ ସହ ଧକ୍କା ହେବା ପରେ ବସ୍ଟି ଜଳି ଯାଇଥିଲା । ମୃତକଙ୍କ ମଧ୍ୟରେ ୧୭ ଶିଶୁ ରହିଛନ୍ତି ବୋଲି କୁହାଯାଉଛି ।

ବସ୍ଟି ଦ୍ରୁତ ଗତିରେ ଥିବା ସହ ଅସାବଧାନତା କାରଣରୁ ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।
ପ୍ରଦେଶ ସରକାରଙ୍କ ମୁଖପାତ୍ର ଅହମଦୁଲ୍ଲା ମୁତାକି ଏକ୍ସରେ ଏହି ଘଟଣାକୁ ନିଶ୍ଚିତ କରିଛନ୍ତି ଏବଂ ଏହାକୁ ସାମ୍ପ୍ରତିକ ସମୟର ସବୁଠାରୁ ଭୟଙ୍କର ସଡ଼କ ଦୁର୍ଘଟଣା ବୋଲି କହିଛନ୍ତି। ସେ କହିଛନ୍ତି ଯେ, ହେରାତରେ ଏକ ବସ୍ ଏକ ଟ୍ରକ୍ ଏବଂ ମୋଟରସାଇକେଲ ସହିତ ଧକ୍କା ହେବା ଫଳରେ ୭୧ ଜଣଙ୍କର ମୃତ୍ୟୁ ହୋଇଛି। ସୋସିଆଲ ମିଡିଆରେ ଏହି ଦୁର୍ଘଟଣାର ଛାତିଥରା ଭିଡିଓ ମଧ୍ୟ ଦ୍ରୁତ ଗତିରେ ଭାଇରାଲ୍ ହେଉଛି।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications