କାତାରରେ ମୃତ୍ୟୁଦଣ୍ଡ ପାଇଥିବା ୮ ଭାରତୀୟଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି , ଫାଶି ଉପରେ ରୋକ ଲଗାଇଲେ କୋର୍ଟ

ନୂଆଦିଲ୍ଲୀ:ଭାରତର ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ କାତାରର ଏକ କୋର୍ଟ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ନେଇ ବଡ଼ ଆଶ୍ୱସ୍ତିକର ଖବର ଆସିଛ । ଭାରତ ସରକାରଙ୍କ ଆବେଦନ କ୍ରମେ ସମସ୍ତ ୮ ଜଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି । ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଏହି ମାମଲାରେ କତରର ସର୍ବୋଚ୍ଚ ଅଦାଲତରେ ଅପିଲ କରାଯାଇଥିଲା । ଶୁଣାଣି ସମୟରେ କୋର୍ଟ ଦଣ୍ଡାଦେଶକୁ କୋହଳ କରିଥିଲେ ।

ବିଦେଶ ମନ୍ତ୍ରଣାଳୟ ତରଫରୁ ଜାରି କରାଯାଇଥିବା ବୟାନ ମୁତାବକ ଭାରତ ସରକାରଙ୍କ ତରଫରୁ ଏନେଇ କତର କୋର୍ଟରେ କରାଯାଇଥିବା ଆବେଦନ ଉପରେ ଶୁଣାଣି ହୋଇଛି । ଏଥିରେ ପ୍ରଥମେ ଦିଆଯାଇଥିବା ମୃତ୍ୟୁଦଣ୍ଡ ଆଦେଶକୁ କୋହଳ କରାଯାଇଛି । କତରରେ ଭାରତୀୟ ରାଜଦୂତ, ଅନ୍ୟ ଅଧିକାରୀମାନେ କୋର୍ଟରେ ଉପସ୍ଥିତ ଥିଲେ । ବିଦେଶ ମନ୍ତ୍ରଣାଳୟ କହିଛି କି, ମାମଲା ଆରମ୍ଭରୁ ଭାରତ ସରକାର ଦଣ୍ଡିତ ଭାରତୀୟଙ୍କ ସହ ଉପସ୍ଥିତ ଥିଲେ ଓ ଆଗକୁ ମଧ୍ୟ ରହିବେ ।

8 Indian former Naval officers

ମାମଲାର ଗୋପନୀୟତା ଓ ସମ୍ବେଦନଶୀଳତାକୁ ନଜରରେ ରଖି ବିଦେଶମନ୍ତ୍ରଣାୟ ଅଧିକ ସୂଚନା ଦିଆ ଯାଇ ନାହିଁ । ସୁଚନାନୁସାରେ ଇସ୍ରାଏଲ ପାଇଁ ଗୁଇନ୍ଦାଗିରି କରୁଥିବା ଅଭିଯୋଗରେ ଗତ ୨୦୨୨ ଅଗଷ୍ଟ ମାସରେ ଭାରତୀୟ ନୌସେନାର ଏହି ୮ ପୂର୍ବତନ ଅଧିକାରୀଙ୍କୁ କତାରର ଗୁଇନ୍ଦା ସଂସ୍ଥା ଗିରଫ କରିଥିଲା । ସେମାନେ କତାରର ଏକ କଂପାନୀରେ କାମ କରୁଥିଲେ । ତେବେ ଗତ ସେପ୍େଟମ୍ବର ମାସରେ ପ୍ରଥମ ଥର ପାଇଁ ଭାରତୀୟ ଦୂତାବାସକୁ ଏ ସଂପର୍କରେ ସୂଚନା ଦିଆଯାଇଥିଲା । ପ୍ରାୟ ବର୍ଷେ ଧରି ଜେଲରେ ରଖିବା ପରେ ଗତ ମାସରେ ସେମାନଙ୍କୁ କତାରର ଏକ କୋର୍ଟ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ ।

ଏହି ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ ହେଉଛନ୍ତି- କ୍ୟାପଟେନ୍ ନବତେଜ ସିଂହ ଗିଲ୍‌, କ୍ୟାପଟେନ୍ ବୀରେନ୍ଦ୍ର କୁମାର ବର୍ମା, କ୍ୟାପଟେନ୍ ସୌରଭ ବଶିଷ୍ଟ, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦୁ ତିୱାରୀ, କମାଣ୍ଡର ସୁଗୁଣାକାର ପକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଓ ସେଲର ରାଗେଶ । ସେମାନେ ବାରମ୍ବାର ଜାମିନ ପାଇଁ ଆବେଦନ କରିଥିଲେ । ହେଲେ ସେ ସବୁ ଖାରଜ ହୋଇଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+