Get Updates
Get notified of breaking news, exclusive insights, and must-see stories!

BSKY ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ସହାୟତା, ଉପକୃତ ହେବେ ୯୬ ଲକ୍ଷ ପରିବାର

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି।

BSKY

ବିଜୁ ସ୍ବାସ୍ଥ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ, ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ । ସାରା ରାଜ୍ୟର ୯୬ ଲକ୍ଷ ପରିବାର ଏହି ସହାୟତା ପାଇବେ । ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସାତ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀ ମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀ ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା । ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି । ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି । କୋଭିଡର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ। ତେଣୁ ସେମାନଙ୍କର କଷ୍ଟକୁ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+