Get Updates
Get notified of breaking news, exclusive insights, and must-see stories!

ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼, ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

କୋଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ ହୋଇଛି । ଏକ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେବା ବେଳେ ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ ଉରିବେଙ୍କୁ ଗୁଳିମାଡ଼ କରିଥିଲେ ଦୁର୍ବୃତ୍ତ । ସଙ୍କଟାପନ୍ନ ଅବସ୍ଥାରେ ମିଗୁଏଲ ଉରିବେଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁଳିମାଡ଼ କରିଥିବା ଦୁର୍ବୃତ୍ତଙ୍କୁ ଗିରଫ କରିଛି ପୁଲିସ ।

ଗୁଳିମାଡ଼ ପରେ ତାଙ୍କ ସୁରକ୍ଷାକର୍ମୀମାନେ ଦୁର୍ବୃତ୍ତଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ଦୁର୍ବୃତ୍ତ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ କିଛି ସମୟ ଧରି ଗୁଳି ବିନିମୟ ଆରମ୍ଭ ହେଲା । ଏହି ଗୁଳି ବିନିମୟରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଥିବା ରିପୋର୍ଟ ଆସୁଛି । ଗୁଳିମାଡ଼ ପରେ ଉରିବେଙ୍କୁ ତୁରନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ରିପୋର୍ଟ ଅନୁଯାୟୀ ମୁଗୁଏଲ ଉରିବେଙ୍କ ମୁଣ୍ଡରେ ଓ ଡାହାଣ ହାତରେ ଗୁଳି ବାଜିଛି ।

firing

ଗୁଳିମାଡ଼ ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉରିବେଙ୍କୁ ଦୁଇଜଣ ସୁରକ୍ଷାକର୍ମୀ ସୁରକ୍ଷା ଦେଉଥିବା ଦେଖିବାକୁ ମିଳିଥିଲା । ସେମାନଙ୍କ ମଧ୍ୟରୁ ଜଣେ ତୁରନ୍ତ ଆମ୍ବୁଲାନ୍ସ ବ୍ୟବସ୍ଥା କରିବାକୁ ପ୍ରୟାସ କରୁଥିବା ଦେଖିବାକୁ ମିଳିଥିବା ବେଳେ ଅନ୍ୟଜଣେ ଦୁର୍ବୃତ୍ତଙ୍କଠାରୁ ଉରିବେଙ୍କୁ ସୁରକ୍ଷା ଯୋଗାଇ ଦେଉଥିବା ଦେଖିବାକୁ ମିଳିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+