ଆଫଗାନିସ୍ତାନରେ ମୃତ୍ୟୁର ତାଣ୍ଡବ ରଚିଲା ଭୂମିକମ୍ପ, ୮ଶହ ମୃତ, ଅନେକ ନିଖୋଜ

ରବିବାର ଅଗଷ୍ଟ ୩୧ ତାରିଖ ବିଳମ୍ବିତ ରାତିରେ ଆଫଗାନିସ୍ତାନରେ ଘଟିଥିବା ଭୂମିକମ୍ପ ଧ୍ୱଂସକାରୀ ସାବ୍ୟସ୍ତ ହୋଇଛି। ପାକିସ୍ତାନ ସୀମା ନିକଟରେ ପୂର୍ବ ଆଫଗାନିସ୍ତାନରେ ହୋଇଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ଥିଲା ବୋଲି କୁହାଯାଉଛି। ରାତିରେ ଭୂକମ୍ପ ହୋଇଥିବାରୁ ମୃତ୍ୟୁସଂଖ୍ୟା ଅଧିକ ଥିବା କୁହାଯାଉଛି। ତାଲିବାନ ସରକାରଙ୍କ ଜଣେ ମୁଖପାତ୍ରଙ୍କ ଅନୁଯାୟୀ, ଏହି ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୮୦୦ ରୁ ଅଧିକ ହୋଇଛି। ଏହା ବ୍ୟତୀତ ହଜାର ହଜାର ଲୋକ ଆହତ ହୋଇଛନ୍ତି। ଏହା ସହିତ ବହୁମୂଲ୍ୟ ସମ୍ପତ୍ତିର କ୍ଷତି ଘଟିଛି।

Earthquake
ଆଫଗାନିସ୍ତାନରେ ଭୟଙ୍କର ଭୂମିକମ୍ପ ହେବାର ଇତିହାସ ରହିଛି। ୭ ଅକ୍ଟୋବର, ୨୦୨୩ରେ ଆଫଗାନିସ୍ତାନରେ ୬.୩ ତୀବ୍ରତାର ଭୂମିକମ୍ପ ହୋଇଥିଲା। ତାଲିବାନ ସରକାର ଆକଳନ କରିଥିଲା ଯେ, ଅତି କମରେ ୪,୦୦୦ ଲୋକଙ୍କର ମୃତ୍ୟୁ ହୋଇଥିଲା। ଆଫଗାନିସ୍ତାନ ଇତିହାସରେ ହୋଇଥିବା ସବୁଠାରୁ ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ ଥିଲା। ଏଥର ମଧ୍ୟ ସମାନ ତୀବ୍ରତାର ଭୂକମ୍ପ ହୋଇଥିବା‌ରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି।

ସୂଚନା ମୁତାବକ, ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ୬.୦ ତୀବ୍ରତା ଭୂମିକମ୍ପର ଉତ୍ପତ୍ତିସ୍ଥଳ ନାଙ୍ଗରହାର ପ୍ରଦେଶର ଜଲାଲାବାଦ ସହରରୁ ୨୭କିଲୋମିଟର ପୂର୍ବରେ ଥିଲା। ଭୂକମ୍ପର କେନ୍ଦ୍ର ଭୂମିରୁ ମାତ୍ର ୮କିଲୋମିଟର ତଳେ ଥିଲା। ପ୍ରାୟ ୨୦ମିନିଟ୍ ପରେ, ସେହି ପ୍ରଦେଶରେ ଦ୍ୱିତୀୟ ଭୂମିକମ୍ପ ହୋଇଥିଲା, ଯାହାର ତୀବ୍ରତା ୪.୫ ଏବଂ ଗଭୀରତା ୧୦କିଲୋମିଟର ଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+