ମରକ୍କୋରେ ଭୂକମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୬.୮, ୨୯୬ ଜଣଙ୍କର ମୃତ୍ୟୁ
ମରକ୍କୋରେ ଭୂକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୮ । ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୨୯୬ ଜଣଙ୍କର ମୃତ୍ୟୁ ସୂଚନା । ଭୂକମ୍ପରେ ଥରିଲା ବଡ଼ ବଡ଼ କୋଠା । ଲୋକେ ଭୟରେ ଘରୁ ବାହାରି ରାସ୍ତାରେ ବୁଲିଲେ ।

ଶୁକ୍ରବାର ବିଳମ୍ବିତ ରାତିରେ ମରକ୍କୋରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିଚ୍ଟର ସ୍କେଲରେ ୬.୮ ରହିଛି । ଭୂକମ୍ପ ଯୋଗୁଁ ଏପର୍ଯ୍ୟନ୍ତ ଅତି କମରେ ୨୯୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୬୩ ଜଣ ଆହତ ହୋଇଛନ୍ତି ।
ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇପାରେ। ଭୂକମ୍ପ ଉପରେ ନଜର ରଖୁଥିବା ମରକ୍କୋ ଭୂକମ୍ପର ତୀବ୍ରତା ସାତରୁ ଅଧିକ ହେବ ବୋଲି ରିପୋର୍ଟ କରିଛି ।
ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ୧୮.୫ କିଲୋମିଟର ଗଭୀରତାରେ, ପର୍ଯ୍ୟଟନ ସହର ମର୍କେଶ ସହରର ୭୧ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଥିଲା। ସ୍ଥାନୀୟ ସମୟ ରାତି ପ୍ରାୟ ୧୧.୧୧ ସମୟରେ ଏଠାରେ କମ୍ପନ ଅନୁଭୂତ ହୋଇଥିଲା। କିଛି ସମୟ ପରେ, ଏହି ସ୍ଥାନଗୁଡିକରେ ଭୂକମ୍ପର ପର ସ୍ଥିତି ମଧ୍ୟ ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୪.୯ ରେ ମାପ କରାଯାଇଥିଲା ।
ମରକ୍କୋର ଗୃହ ମନ୍ତ୍ରଣାଳୟ ଅନୁଯାୟୀ, ଏହି ଭୂକମ୍ପରେ ସବୁଠାରୁ ବଡ କ୍ଷତି ସହର ବାହାରେ ଥିବା ପୁରୁଣା ବସ୍ତିରେ ଘଟିଛି । ମରକ୍କୋର ଅନେକ ନାଗରିକ ସୋସିଆଲ ମିଡିଆରେ ଏହା ସହ ଜଡିତ ଭିଡିଓ ଏବଂ ଚିତ୍ର ମଧ୍ୟ ପୋଷ୍ଟ କରିଛନ୍ତି, ଯେଉଁଥିରେ କୋଠାଗୁଡ଼ିକ ଭାଙ୍ଗିବା ପରେ ଧୂଳିର ମେଘରେ ପରିଣତ ହେବାର ଦେଖାଯାଏ । ବିଶେଷକରି ମର୍କେଶ ସହର ଯାହା ୟୁନେସ୍କୋରୁ ବିଶ୍ୱ ଐତିହ୍ୟ ସ୍ଥଳର ମାନ୍ୟତା ପାଇଛି । ଏଠାରେ ଅନେକ ପର୍ଯ୍ୟଟକ ଭୂକମ୍ପ ପରେ ନିଜ ଜୀବନ ବଞ୍ଚାଇବା ପାଇଁ ଚିତ୍କାର କରୁଥିବା ଲୋକଙ୍କ ଭିଡିଓ ମଧ୍ୟ ପୋଷ୍ଟ କରିଛନ୍ତି । ଏହି ଘଟଣା ପରେ ଚାରିଆଡ଼େ ଭୟର ବାତାବରଣ ଖେଳିଯାଇଛି ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ?












Click it and Unblock the Notifications