ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ଦେହାନ୍ତ
ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଦେହାନ୍ତ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ଦୁବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ।
ଇସଲାମାବାଦ : ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଦେହାନ୍ତ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ଦୁବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ 78 ବର୍ଷ ବୟସ ହୋଇଥିଲା ।

ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିଲା । ସେ 2001 ରୁ 2008 ପର୍ଯ୍ୟନ୍ତ ପାକିସ୍ତାନର ରାଷ୍ଟ୍ରପତି ଥିଲେ । କାର୍ଗିଲ ଯୁଦ୍ଧ ପାଇଁ ତାଙ୍କୁ ଦାୟୀ କରାଯାଏ । ସେ ନୱାଜ ସରିଫଙ୍କ ସରକାରକୁ ହଟାଇ ଦେଇଥିଲେ ।
2016 ପରଠାରୁ ସେ ଦୁବାଇରେ ରହୁଥିଲେ । ପାକିସ୍ତାନରେ ମୁଶାରଫଙ୍କ ବିରୋଧରେ 2013 ରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଥିଲା । ସେ ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବାରୁ କୋର୍ଟଙ୍କ ପକ୍ଷରୁ ତାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣା ଯାଇଥିଲା ।












Click it and Unblock the Notifications