ଭାରତକୁ ଧମକ ଦେଲେ ଟ୍ରମ୍ପ, କହିଲେ....
ହ୍ୱାଇଟ୍ ହାଉସ୍ରେ ଏଣ୍ଟ୍ରି ପୂର୍ବରୁ ନାଲି ଆଖି ଦେଖାଇଲେଣି ଡୋନାଲ୍ଟ ଟ୍ରମ୍ପ। ଶପଥ ପୂର୍ବରୁ ସେ ଭାରତକୁ ଖୋଲାଖୋଲି ଭାବେ ଧମକ ଦେଇଛନ୍ତି। ଏହାକୁ ନେଇ ଭାରତର ଚିନ୍ତା ବଢ଼ି ଯାଇଛି।ଟ୍ରମ୍ପ ବ୍ରିକ୍ସ ଦେଶଗୁଡ଼ିକୁ ଖୋଲାଖୋଲି ଧମକ ଦେଇ କହିଛନ୍ତି ଯେ ଯଦି ଆମେରିକୀୟ ଡଲାରକୁ ଦୁର୍ବଳ କରିବା କିମ୍ବା ବଦଳାଇବା ପାଇଁ କୌଣସି ପ୍ରୟାସ କରାଯାଏ, ତେବେ ସେ ଏହି ଦେଶଗୁଡିକ ଉପରେ ୧୦୦% ଟିକସ ଲାଗୁ କରିବେ। ସୂଚନାଯୋଗ୍ୟ, ବ୍ରିକ୍ସ ହେଉଛି ନଅ ଦେଶର ଏକ ଗୋଷ୍ଠୀ, ଯେଉଁଥିରେ ଭାରତ ମଧ୍ୟ ଅନ୍ତର୍ଭୁକ୍ତ।
ଭାରତ ବ୍ୟତୀତ ଏହି ଗୋଷ୍ଠୀର ସଦସ୍ୟ ଦେଶଗୁଡ଼ିକ ହେଉଛି ଚାଇନା, ରୁଷିଆ, ଦକ୍ଷିଣ ଆଫ୍ରିକା, ଇରାନ, ଇଜିପ୍ଟ, ଇଥିଓପିଆ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ରହିଛି। ୨୦୦୯ରେ ଗଠିତ ବ୍ରିକ୍ସ ହେଉଛି ଏକମାତ୍ର ପ୍ରମୁଖ ଅନ୍ତର୍ଜାତୀୟ ଗୋଷ୍ଠୀ ଯେଉଁଥିରେ ଆମେରିକା ନାହିଁ।କହିରଖୁ ଯେ, ବ୍ରିକ୍ସ ହେଉଛି ୯ଟି ଦେଶର ଏକ ଗୋଷ୍ଠୀ, ଯେଉଁଥିରେ ଭାରତ ମଧ୍ୟ ସାମିଲ ଅଛି। ଭାରତ ବ୍ୟତୀତ ଏହି ଗୋଷ୍ଠୀର ସଦସ୍ୟ ଦେଶଗୁଡ଼ିକ ହେଉଛି ଚାଇନା, ରୁଷିଆ, ଦକ୍ଷିଣ ଆଫ୍ରିକା, ଇରାନ, ଇଜିପ୍ଟ, ଇଥିଓପିଆ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ। ୨୦୦୯ରେ ଗଠିତ ବ୍ରିକ୍ସ ହେଉଛି ଏକମାତ୍ର ପ୍ରମୁଖ ଅନ୍ତର୍ଜାତୀୟ ଗୋଷ୍ଠୀ ଯେଉଁଥିରେ ଆମେରିକା ନାହିଁ।

ବ୍ରିକ୍ସର କିଛି ସଦସ୍ୟ ଦେଶ, ବିଶେଷତଃ ରୁଷିଆ ଏବଂ ଚାଇନା, ଆମେରିକୀୟ ଡଲାରର ବିକଳ୍ପ ଖୋଜୁଥିଲେ କିମ୍ବା ନିଜର ବ୍ରିକ୍ସ ମୁଦ୍ରା ସୃଷ୍ଟି କରିଥିଲେ। ଭାରତ ଏପର୍ଯ୍ୟନ୍ତ ଏହି ପଦକ୍ଷେପର ଅଂଶ ହୋଇନାହିଁ।












Click it and Unblock the Notifications