ନମାଜ ପାଠ କରୁଥିବା ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ କୋଠା
ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଏକ ଇସଲାମିକ୍ ସ୍କୁଲ କୋଠା ଭୁଶୁଡି ପଡିବାରୁ ଅଘଟଣ ଘଟିଛି । ଯାହା ଫଳରେ ପ୍ରାୟ ୬୫ଜଣ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏପର୍ଯ୍ୟନ୍ତ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ରିପୋର୍ଟ ଅନୁସାରେ ସ୍କୁଲ କୋଠାଟି ନିର୍ମାଣଧୀନ ଥିବାବେଳେ ହଠାତ୍ ଭୁଶୁଡି ପଡିଛି । ଭଗ୍ନାଂଶ ତଳେ ଫସି ରହିଥିବା ଛାତ୍ରମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ରାତିସାରା ଖୋଜାଖୋଜି କରିବା ଜାରି ରଖିଛନ୍ତି । ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସମସ୍ତ ଛାତ୍ର ଅପରାହ୍ନ ପ୍ରାର୍ଥନା ପାଇଁ ଏକାଠି ହୋଇଥିଲେ ସେତେବେଳେ ହଠାତ୍ ଛାତଟି ଭୁଶୁଡି ପଡିଥିଲା । ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ସହ ପିଲାଙ୍କୁ ଉଦ୍ଧାର କରିବାରେ ନୟୋଜିତ ହୋଇଛନ୍ତି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications