ଭାରତ ସହ ଭଲ ସମ୍ପର୍କ ରଖିବାକୁ ଚାହୁଁଛି ପାକିସ୍ତାନ, କାଶ୍ମୀର ଉପରେ କହିଲେ ପାକ୍ ପ୍ରଧାନମନ୍ତ୍ରୀ
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ କହିଛନ୍ତି ଯେ ତାଙ୍କ ଦେଶ ଭାରତ ସହ ଶାନ୍ତିପୂର୍ଣ୍ଣ ସମ୍ପର୍କ ସ୍ଥାପନ କରିବାକୁ ଚାହୁଁଛି । ସେ ଚାହୁଁଛନ୍ତି ଯେ ଉଭୟଙ୍କ ମଧ୍ୟରେ ସମ୍ପର୍କ ସମାନତା, ନ୍ୟାୟ ଏବଂ ପାରସ୍ପରିକ ସମ୍ମାନ ଉପରେ ଆଧାରିତ ହେଉ ।
ଇସଲାମାବାଦ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ କହିଛନ୍ତି ଯେ ତାଙ୍କ ଦେଶ ଭାରତ ସହ ଶାନ୍ତିପୂର୍ଣ୍ଣ ସମ୍ପର୍କ ସ୍ଥାପନ କରିବାକୁ ଚାହୁଁଛି । ସେ ଚାହୁଁଛନ୍ତି ଯେ ଉଭୟଙ୍କ ମଧ୍ୟରେ ସମ୍ପର୍କ ସମାନତା, ନ୍ୟାୟ ଏବଂ ପାରସ୍ପରିକ ସମ୍ମାନ ଉପରେ ଆଧାରିତ ହେଉ । ତେବେ ସେ ଅନ୍ୟ ପାକ୍ ପ୍ରଧାନମନ୍ତ୍ରୀଙ୍କ ପରି କାଶ୍ମୀର ଜପ କରିବା ବନ୍ଦ କରି ନାହାଁନ୍ତି । ସେ ଭାରତ ସହ ଭଲ ସମ୍ପର୍କ ସହିତ କାଶ୍ମୀର ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତି ଏବଂ କାଶ୍ମୀରବାସୀଙ୍କ ଇଚ୍ଛା ଅନୁଯାୟୀ ଜାମ୍ମୁ କାଶ୍ମୀର ବିବାଦର ନ୍ୟାୟପୂର୍ଣ୍ଣ ଏବଂ ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ ବୋଲି ଶାହାବାଜ ସରିଫ କହିଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଏସିଆରେ ଶାନ୍ତି ଏବଂ ସ୍ଥିରତା ପାଇଁ ସରିଫ ବିଶ୍ୱ ସମୁଦାୟକୁ ସାହାଯ୍ୟକାରୀ ଭୂମିକା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି । କାଶ୍ମୀର ପ୍ରସଙ୍ଗ ଏବଂ ପାକିସ୍ତାନରୁ ଆସିଥିବା ସୀମା ଆତଙ୍କବାଦକୁ ନେଇ ଦ୍ୱିପାକ୍ଷିକ ସମ୍ପର୍କ ମଧ୍ୟରେ ତିକ୍ତତା ମଧ୍ୟରେ ତାଙ୍କ ଆବେଦନ ଆସିଛି ।
ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ପାକିସ୍ତାନରେ ଅଷ୍ଟ୍ରେଲିଆର ନୂତନ ହାଇ କମିଶନର ନୀଲ ହକିନ୍ସଙ୍କ ସହ ଏକ ସାକ୍ଷାତକାରରେ ଭାରତ-ପାକ୍ ବନ୍ଧୁତା ବିଷୟରେ କହିଥିଲେ । ଦି ଏକ୍ସପ୍ରେସ ଟ୍ରିବ୍ୟୁନର ରିପୋର୍ଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ହକିନ୍ସଙ୍କୁ କହିଛନ୍ତି ଯେ ସମାନତା, ନ୍ୟାୟ ଏବଂ ପାରସ୍ପରିକ ସମ୍ମାନର ନୀତି ଆଧାରରେ ପାକିସ୍ତାନ ଭାରତ ସହ ଶାନ୍ତିପୂର୍ଣ୍ଣ ସମ୍ପର୍କ ଚାହୁଁଛି । କାଶ୍ମୀର ସମ୍ପର୍କରେ ସରିଫ କହିଛନ୍ତି ଯେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତି ଏବଂ କାଶ୍ମୀରବାସୀଙ୍କ ଇଚ୍ଛା ଅନୁଯାୟୀ ବିବାଦର ନ୍ୟାୟପୂର୍ଣ୍ଣ ତଥା ଶାନ୍ତିପୂର୍ଣ୍ଣ ସମାଧାନ ଖୋଜିବା ଆବଶ୍ୟକ ।
ଆପଣଙ୍କୁ କହିରଖୁଛୁ ଯେ ଶାହାବାଜ ସରିଫଙ୍କ ଏହି ବିବୃତ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତର ବୈଦେଶିକ ନୀତିକୁ ପ୍ରଶଂସା କରିବା ପରେ ଆସିଛି ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି












Click it and Unblock the Notifications