ସ୍ପେନରେ ଭୟଙ୍କର ବନ୍ୟା ; ୨୦୦ରୁ ଅଧିକ ଲୋକ ମୃତ
ବନ୍ୟା ସମସ୍ୟା ସହ ସ୍ପେନ ବର୍ତ୍ତମାନ ସଂଘର୍ଷ କରୁଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏ ପର୍ଯ୍ୟନ୍ତ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବନ୍ୟା ଦ୍ୱାରା ସର୍ବାଧିକ ଭାଲେନ୍ସିଆ ସହର ପ୍ରଭାବିତ ହୋଇଛି।

ରିପୋର୍ଟ ଅନୁଯାୟୀ, ଏହି ଝଡ଼ରେ ଅତି କମରେ ୨୦୫ ଜଣ ପ୍ରାଣ ହରାଇଛନ୍ତି। ଅଧିକାଂଶ ମୃତ୍ୟୁ ଭାଲେନ୍ସିଆ ସହରରେ ଘଟିଛି। ବିପଦକୁ ଦୃଷ୍ଟିରେ ରଖି ଅଧିକାରୀମାନେ ଚେତାବନୀ ଦେଇଛନ୍ତି। ଅଧିକାରୀ କହିଛନ୍ତି ଯେ କେତେକ ଅଞ୍ଚଳରେ ରାସ୍ତା ଭାଙ୍ଗିଯାଇଛି, ଯେଉଁ କାରଣରୁ ଜରୁରୀକାଳୀନ ସେବା ପହଞ୍ଚିପାରୁ ନାହିଁ।
ଦେଶର ଦକ୍ଷିଣ-ପଶ୍ଚିମ ଭାଗରେ ଅବସ୍ଥିତ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ପର୍କରେ ସ୍ପେନର ପାଣିପାଗ ବିଭାଗ ରେଡ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଅନୁଯାୟୀ, ହୁଲେଭାରେ କ୍ରମାଗତଭାବେ ୧୨ଘଣ୍ଟା ପାଇଁ ୨୪୦ ମିଲିମିଟର ବର୍ଷା ହୋଇପାରେ। ଏଥି ସହିତ ଅନ୍ୟ ଅଞ୍ଚଳରେ ବର୍ଷାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications