Narendra Modi: ମୋଦିଙ୍କୁ ବହି ଉପହାର ଦେଲେ ଟ୍ରମ୍ପ: ଏଥିରେ କ’ଣ ଅଛି ?
ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି । ଉଭୟ ନେତା ପରସ୍ପରର ପ୍ରଶଂସା କରିଥିଲେ। ତୃତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ, ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ବନ୍ଧୁ ବୋଲି କହିଥିଲେ।
ଭେଟଘାଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ବହି ଉପହାର ଦେଇଛନ୍ତି ଟ୍ରମ୍ପ। ଏହି ବହିଟିର ନାଁ ରହିଛି ଆୱାର ଜର୍ଣ୍ଣି ଟୁଗେଦର। ଓ୍ବାଶିଂଟନ୍ ଡିସିରେ ମୋଦିଙ୍କୁ ଏହି ପୁସ୍ତକ ପ୍ରଦାନ କରିଛନ୍ତି ଟ୍ରମ୍ପ । ଏଥିରେ ଦୁଇ ବନ୍ଧୁଙ୍କ ବିଭିନ୍ନ ସମୟର ଫଟୋ ରହିଛି । ହାୱଡି ମୋଦି ଓ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମ ସମୟରେ ଦୁଇ ନେତାଙ୍କର ସ୍ମରଣୀୟ ଫଟୋ ସ୍ଥାନ ପାଇଛି। ଏହାଛଡ଼ା ବହିଟିରେ ନିଜ ହସ୍ତାକ୍ଷର ସହ ଟ୍ରମ୍ପ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି- ମିଷ୍ଟର ପ୍ରାଇମ ମିନିଷ୍ଟର ୟୁ ଆର୍ ଗ୍ରେଟ।

ଟ୍ରମ୍ପ ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରେ ମୋଦିଙ୍କ ଏହା ପ୍ରଥମ ଆମେରିକା ଗସ୍ତ। ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମୋଦି-ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି। ଭାରତ-ଆମେରିକା ସମ୍ପର୍କ ଆହୁରି ଦୃଢ ପାଇଁ ଆହ୍ବାନ ଦେଇଛନ୍ତି ଉଭୟ ନେତା।












Click it and Unblock the Notifications