For Quick Alerts
Turn On Notification  
For Daily Alerts
Oneindia App Download

ସ୍ବାସ୍ଥ୍ୟ ବିଭାଗ ଅଧିନରେ ୧୧ ହଜାର ନର୍ସିଂ ଅଫିସର ପଦବୀ ସୃଷ୍ଟି

ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ଅଧିନରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ପୂରଣ କରାଯିବ । ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ଏହି ପଦବୀ ସୃଷ୍ଟି କରାଯାଇଛି ।

|

ଭୁବନେଶ୍ୱର: ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ଅଧିନରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ପୂରଣ କରାଯିବ । ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ଏହି ପଦବୀ ସୃଷ୍ଟି କରାଯାଇଛି ।

Nursing

ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ।

ଏହି ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
11,000 Nursing Officers Posts Created under Odisha Health Department
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X