୧୨୦ ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ଅନୁମୋଦନ
ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ଟି ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ କରିଛନ୍ତି ।
ଭୁବନେଶ୍ୱର: ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ଟି ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ କରିଛନ୍ତି । ଏଥିପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ଡିସେମ୍ବର ୧୨ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । (ବିଜ୍ଞପ୍ତି ସଂଖ୍ୟା -୭୦୫୮/ ଞ୍ଚଟଟc) । ଡିସେମ୍ବର ୨୦ ତାରିଖରେ ଅନ୍ଲାଇନ୍ ପଞ୍ଜୀକରଣ ଆରମ୍ଭ ହୋଇଛି ଓ ଜାନୁଆରୀ ୧୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।

କେବଳ ଅନଲାଇନ ମାଧ୍ୟମରେ ହିଁ ପଞ୍ଜୀକରଣ କରାଯିବ । ଏଥିପାଇଁ କୌଣସି ଦେୟ ଦେବାକୁ ପଡ଼ିବନି । ତିନୋଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ । ପ୍ରାଥମିକ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ସାର୍ଟିଫିକେଟ୍ ଯାଞ୍ଚ, ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପରୀକ୍ଷା କରାଯିବ । କେବଳ ଇଂରାଜୀ ବିଷୟ ବ୍ୟତୀତ ପରୀକ୍ଷା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ତଥ୍ୟ ପରେ ପ୍ରକାଶ କରାଯିବ । ବିଜ୍ଞପ୍ତି ସମ୍ପର୍କୀତ ସବିଶେଷ ତଥ୍ୟ ୱେବସାଇଟରେ ଉପଲବ୍ଧ ଅଛି ।












Click it and Unblock the Notifications