OISFରେ ସୃଷ୍ଟି କରାଯିବ ୬ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ । ସୋମବାର ଓଡ଼ିଶା ହାବିଲଦାର କନଷ୍ଟେବଲ୍ ସିପାହୀ ମହସଂଘ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ଶିଳ୍ପ ସୁରକ୍ଷା ପାଇଁ ଖୁବ୍‌ଶୀଘ୍ର ୬ଟି OISF ବାଟାଲିୟନ୍ ପ୍ରତିଷ୍ଠା ହେବ । ଫଳରେ OISFରେ ୬ ହଜାର ନିଯୁକ୍ତି ସୃଷ୍ଟି କରାଯିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି । ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି ।

ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ ।

MOHAN MAJHI

ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି ।

ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ଵପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନଷ୍ଟେବଳ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ଵ ତୁଲାଉଛନ୍ତି । ଖରା, ବର୍ଷା, ଶୀତ କାକରକୁ ଭୃକ୍ଷେପ ନକରି କନଷ୍ଟେବଳ ଓ ସିପାହୀମାନେ ନିଜର ଦାୟିତ୍ଵ ସମ୍ପାଦନ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ।

ପୋଲିସ ବଳ ହେଉଛି ଅତ୍ୟନ୍ତ ଶୃଙ୍ଖଳିତ। ବିଶୃଙ୍ଖଳାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। କିନ୍ତୁ ବିଶୃଙ୍ଖଳିତ କିମ୍ବା ଦୁର୍ନୀତିଗ୍ରସ୍ତଙ୍କୁ କୌଣସି ପ୍ରକାରେ କ୍ଷମା କରାଯିବ ନାହିଁ ବୋଲି ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡିଶା ପୋଲିସର ମୂଳ ମନ୍ତ୍ର ହେଉଛି, 'ସେବା ଓ ସୁରକ୍ଷା'। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏହି ଅବସରରେ ଏକକାଳୀନ ଲୋକସଭା ଓ ବିଧାନସଭା ସାଧାରଣ ନିର୍ବାଚନ ସମୟରେ ରାଜ୍ୟ ପୋଲିସର ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ କନଷ୍ଟେବଳ ମାନଙ୍କ ସହଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ ।

ଏହାସହ ଖୁବଶୀଘ୍ର ରାଜ୍ୟର ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବାସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ ।

ସେହିପରି ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୋଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୋଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+