ବଡ ଖବର: ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ଡିସେମ୍ବର ୧୧ରୁ ଆବେଦନ
ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ୍ ପକ୍ଷରୁ ଆନୁଷ୍ଠାନିକ ଭାବେ ଏହି ବଜ୍ଞପ୍ତି ପ୍ରକାଶ କରାଯାଇଛି ।
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ୍ ପକ୍ଷରୁ ଆନୁଷ୍ଠାନିକ ଭାବେ ଏହି ବଜ୍ଞପ୍ତି ପ୍ରକାଶ କରାଯାଇଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ୭,୫୪୦ ଜଣ ଶିକ୍ଷକ ନିଯୁକ୍ତି ପାଇବେ ବୋଲି ଜଣାପଡ଼ିଛି ।

ଏଥିପାଇଁ ଡିସେମ୍ବର ୧୧ରୁ ଜାନୁଆରୀ ୯ ପର୍ଯ୍ଯନ୍ତ ଆବେଦନ ତାରିଖ ଧାର୍ଯ୍ଯ କରାଯାଇଛି । ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ। ପ୍ରକାଶ ପାଇଥିବା ୭,୫୪୦ ପଦ ମଧ୍ୟରେ ଟିଜିଟି ବର୍ଗର ୧୯୭୦ ପଦ ଥିବାବେଳେ ପିସିଏମ (ବିଜ୍ଞାନ) ର ୧୪୧୯, ସିବିଜେଡ୍ (ବିଜ୍ଞାନ) ବର୍ଗର ୧୨୦୫ଟି ପଦ ରହିଛି । ସେହିପରି ଉଚ୍ଚ ବିଦ୍ୟାଳୟଗୁଡ଼ିକ ପାଇଁ ହିନ୍ଦୀରେ ୧୩୫୨ ପଦରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ୭୨୩ ସଂସ୍କୃତ, ୬ ତେଲୁଗୁ, ୮୪୧ ପିଇଟି ଏବଂ ୨୪ଟି ଊର୍ଦ୍ଧୁ ଶିକ୍ଷକ ପଦ ରହିଛି । ଅନ୍ୟପଟେ ରାଜ୍ୟ ସରକାରଙ୍କର ଏହି ନିଯୁକ୍ତି ବିଜ୍ଞାପନ ବାହାରିବା ପରେ ଆଶାୟୀ ପ୍ରାର୍ଥୀ ମାନେ ଖୁସି ବ୍ୟକ୍ତ କରିଛନ୍ତି ।
ସୂଚନାଥାଉକି, ବିଗତ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ପଦକ୍ଷପ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ତୃତୀୟ ପର୍ଯ୍ୟାୟରେ ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications