For Quick Alerts
Turn On Notification  
For Daily Alerts
Oneindia App Download

ବଡ ଖବର: ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ଡିସେମ୍ବର ୧୧ରୁ ଆବେଦନ

ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ୍‌ ପକ୍ଷରୁ ଆନୁଷ୍ଠାନିକ ଭାବେ ଏହି ବଜ୍ଞପ୍ତି ପ୍ରକାଶ କରାଯାଇଛି ।

|

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ୍‌ ପକ୍ଷରୁ ଆନୁଷ୍ଠାନିକ ଭାବେ ଏହି ବଜ୍ଞପ୍ତି ପ୍ରକାଶ କରାଯାଇଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ୭,୫୪୦ ଜଣ ଶିକ୍ଷକ ନିଯୁକ୍ତି ପାଇବେ ବୋଲି ଜଣାପଡ଼ିଛି ।

Odisha Job

ଏଥିପାଇଁ ଡିସେମ୍ବର ୧୧ରୁ ଜାନୁଆରୀ ୯ ପର୍ଯ୍ଯନ୍ତ ଆବେଦନ ତାରିଖ ଧାର୍ଯ୍ଯ କରାଯାଇଛି । ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ। ପ୍ରକାଶ ପାଇଥିବା ୭,୫୪୦ ପଦ ମଧ୍ୟରେ ଟିଜିଟି ବର୍ଗର ୧୯୭୦ ପଦ ଥିବାବେଳେ ପିସିଏମ (ବିଜ୍ଞାନ) ର ୧୪୧୯, ସିବିଜେଡ୍ (ବିଜ୍ଞାନ) ବର୍ଗର ୧୨୦୫ଟି ପଦ ରହିଛି । ସେହିପରି ଉଚ୍ଚ ବିଦ୍ୟାଳୟଗୁଡ଼ିକ ପାଇଁ ହିନ୍ଦୀରେ ୧୩୫୨ ପଦରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ୭୨୩ ସଂସ୍କୃତ, ୬ ତେଲୁଗୁ, ୮୪୧ ପିଇଟି ଏବଂ ୨୪ଟି ଊର୍ଦ୍ଧୁ ଶିକ୍ଷକ ପଦ ରହିଛି । ଅନ୍ୟପଟେ ରାଜ୍ୟ ସରକାରଙ୍କର ଏହି ନିଯୁକ୍ତି ବିଜ୍ଞାପନ ବାହାରିବା ପରେ ଆଶାୟୀ ପ୍ରାର୍ଥୀ ମାନେ ଖୁସି ବ୍ୟକ୍ତ କରିଛନ୍ତି ।

ସୂଚନାଥାଉକି, ବିଗତ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିଯୁକ୍ତି ଲାଗି ପଦକ୍ଷପ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ଯ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ତୃତୀୟ ପର୍ଯ୍ୟାୟରେ ୭୫୪୦ ଶିକ୍ଷକ ନିଯୁକ୍ତି ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha: 7540 Teacher Recruitment Notification Relesed
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X