ନିଯୁକ୍ତି ସୁଯୋଗ, ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ

ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର 5T ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଭୁବନେଶ୍ୱର: ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର 5T ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

job

ସୂଚନାଯୋଗ୍ୟ ଯେ ନିକଟରେ ଗୋଟିଏ ଦିନରେ ୬୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଂଜୁର କରାଯାଇଛି। ଏବେ ଖାଲି ପଦବୀ ତଥା ନୂତନ ମଂଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।

୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁରୂପେ ଶେଷ କରିବା ତଥା ଆଉ ଏକ ପର୍ଯ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+