ଅଗ୍ନିପଥ ଯୋଜନା ପାଇଁ ଅନ୍‌ଲାଇନ୍‌ ପଞ୍ଜିକରଣ ଆରମ୍ଭ, ଏହି ୱେବସାଇଟ୍‌ରେ କରିପାରିବେ ଆବେଦନ

ବୟସ ବର୍ଗର ଯୋଗ୍ୟ ଆଶାୟୀମାନେ ସାଧାରଣ ପ୍ରବେଶିକା ପରୀକ୍ଷାରେ ଯୋଗଦେବା ପାଇଁ ଅନ୍‌ଲାଇନ୍‌ରେ ଚଳିତ ଫେବୃଆରୀ ୧୬ରୁ ମାର୍ଚ୍ଚ ୧୫ ତାରିଖ ମଧ୍ୟରେ www.joinindianarmy.nic.in ୱେବସାଇଟ୍‌ରେ ଆବେଦନ କରି ପାରିବେ ।

Agniveer

ଭାରତୀୟ ସେନା ଏହାର ନିଯୁକ୍ତି ପ୍ରକ୍ରିୟାରେ ସଂସ୍କାର ଆଣିଛି । ପ୍ରଥମ ଫିଲ୍ଟର ଭାବରେ ଅନ୍‌ଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା ପ୍ରବର୍ତ୍ତନ କରିଛି । ଅଗ୍ନିବୀର ଯୋଜନାରେ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ବିଜ୍ଞପ୍ତିରେ ଦିଆଯାଇଥିବା ବିଭିନ୍ନ ବୟସ ବର୍ଗର ଯୋଗ୍ୟ ଆଶାୟୀମାନେ ସାଧାରଣ ପ୍ରବେଶିକା ପରୀକ୍ଷାରେ ଯୋଗଦେବା ପାଇଁ ଅନ୍‌ଲାଇନ୍‌ରେ ଚଳିତ ଫେବୃଆରୀ ୧୬ରୁ ମାର୍ଚ୍ଚ ୧୫ ତାରିଖ ମଧ୍ୟରେ www.joinindianarmy.nic.in ୱେବସାଇଟ୍‌ରେ ଆବେଦନ କରି ପାରିବେ । ପଞ୍ଜିକରଣ ପ୍ରକ୍ରିୟା ଏବଂ ଅଗ୍ନିବୀର ନିଯୁକ୍ତି ଯୋଜନାରେ ଆବେଦନର ଭିଡ଼ିଓ www.joinindianarmy.nic.in ୱେବସାଇଟ୍‌ରେ ଉପଲବ୍ଧ ରହିଛି ।

ଚଳିତ ବର୍ଷଠାରୁ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ପ୍ରଥମେ ଆଶାୟୀଙ୍କୁ କମ୍ପୁଟର ଆଧାରିତ ସାଧାରଣ ପ୍ରବେଶିକା ପରୀକ୍ଷା ଦେବାକୁ ପଡ଼ିବ । ସେଥି ପାଇଁ ପ୍ରତ୍ୟେକ ଆଶାୟୀଙ୍କୁ ଅନ୍‌ଲାଇନ୍‌ରେ ୨୫୦ ଟଙ୍କା ଫି ଦେବାକୁ ପଡ଼ିବ । ଅନ୍‌ଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା ୨୦୨୩ ଏପ୍ରେସ ୧୭ରୁ ମଇ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ କେନ୍ଦ୍ରରେ ଆୟୋଜନ କରାଯିବ । ଆଶାୟୀଙ୍କ ସାହାଯ୍ୟ ନିମନ୍ତେ କମ୍ପ୍ୟୁଟର ଆଧାରିତ ଅଭ୍ୟାସ ପରୀକ୍ଷା www.joinindianarmy.nic.in ୱେବସାଇଟରେ ଉପଲବ୍ଧ ରହିଛି ।

ଭାରତୀୟ ସେନାରେ ଅଗ୍ନି ପଥ ନିଯୁକ୍ତି ନିମନ୍ତେ ଅଗ୍ନି ପଥ ଯୋଜନା ୨୦୨୨ ମସିହାରେ ଆରମ୍ଭ ହୋଇଥିଲା । ଏହି ଯୋଜନାରେ ଓଡ଼ିଶାର ବହୁତ ଯୁବ ଗୋଷ୍ଠୀ ଅଂଶଗ୍ରହଣ କରିଥିଲେ । ଅଗ୍ନିବୀର ପ୍ରଥମ ବ୍ୟାଚ୍‌ ୨୦୨୩ ଜାନୁଆରୀ ୧ ତାରିଖରୁ ବିଭିନ୍ନ ସେନା ତାଲିମ କେନ୍ଦ୍ରରେ ତାଲିମରତ ଅଛନ୍ତି । ଦ୍ୱିତୀୟ ବ୍ୟାଚ୍‌ ମାର୍ଚ୍ଚ ୧ ତାରିଖରୁ ତାଲିମ ଆରମ୍ଭ ହେବ । ବିଭିନ୍ନ ଶିକ୍ଷାନୁଷ୍ଠାନରେ କରାଯାଉଥିବା କାର୍ଯ୍ୟକ୍ରମ ସମୟରେ ବହୁ ସଂଖ୍ୟକ ଆଶାୟୀ ଭାରତୀୟ ସେନାରେ ଯୋଗଦେବାକୁ ଆଗ୍ରହ ପ୍ରକାଶ କରୁଛନ୍ତି । ଓଡ଼ିଶାର ଅନୁଗୋଳ, ବରଗଡ଼, ବଲାଙ୍ଗିର, ଦେଓଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, କେଉଁଝର, ସୁବର୍ଣ୍ଣ ପୁର, ସୁନ୍ଦରଗଡ଼, ସମ୍ବଲପୁର ଆଦି ଜିଲ୍ଲାର ଇଚ୍ଛୁକ ପ୍ରାର୍ଥୀମାନେ ଅଧିକ ସୂଚନା ପାଇଁ ସେବା ନିଯୁକ୍ତି କାର୍ଯ୍ୟାଳୟ, ସମ୍ବଲପୁର
ସହିତ ଯୋଗାଯୋଗ କରି ପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+