Get Updates
Get notified of breaking news, exclusive insights, and must-see stories!

OSSC Recruitment 2024: କୃଷି ବିଭାଗରେ ବଡ଼ ନିଯୁକ୍ତି ସୁଯୋଗ, ୩୨୪ ପଦବୀ ଖାଲି, କରନ୍ତୁ ଆବେଦନ

OSSC Recruitment 2024: ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ପୂରଣ ହେବ ଅନେକ ପଦ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୩୨୪ ଜଣ ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କାର୍ଯ୍ୟକର୍ତ୍ତାଙ୍କୁ ନିଯୁକ୍ତି ଦିଆଯିବ । ନଭେମ୍ବର ୨୭ରୁ ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ୨୬ରେ ସମାପ୍ତ ହେବ ।

ସେହିପରି ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିସନର ଅନ୍ତିମ ତାରିଖ ଡିସେମ୍ବର ୨୯ ରହିଥିବା ବେଳେ ଫର୍ମ ସଂଶୋଧନର ଅନ୍ତିମ ତାରିଖ ଜାନୁଆରୀ ୧ ତାରିଖ ରହିଛି । ଇଚ୍ଛୁକ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟକୁ ଯାଇ ଏହି ନିଯୁକ୍ତିର ସବିଶେଷ ତଥ୍ୟ ଜାଣି ପାରିବେ ।

OSSC Recruitment 2024

ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କ ପାଇଁ ଏଥିରେ ପଦ ସଂରକ୍ଷିତ ରହିଛି । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ / ଶିକ୍ଷାନୁଷ୍ଠାନର କୃଷି ସମ୍ପନ୍ଧୀୟ ବିଷୟରେ ଯୁକ୍ତଦୁଇ ବିଜ୍ଞାନ କିମ୍ବା ଧନ୍ଦାମୂଳକ ଶିକ୍ଷା ପାସ କରିଥିବେ । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାର୍ଟିଫିକେଟ ଯାଞ୍ଚ ଆଦି ତିନୋଟି ପର୍ଯ୍ୟାୟ ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+