କିଛି ଗୁରୁତ୍ବପୂର୍ଣ୍ଣ କାମ କରୁଛନ୍ତି କି?, ତେବେ କେମିତି କରିବେ ଚାଣକ୍ୟଙ୍କ କଥା ମାନନ୍ତୁ
ଚାଣକ୍ୟ ନୀତିରେ ରହିଛି ଯେ, ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।
ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ସତ୍ ଲୋକଙ୍କର ସଜ୍ଞା ନିରୂପଣ କରିଛନ୍ତି। ସେ କହିଛନ୍ତି ଯେ, ଆପଣ କେବେବି ଭାନ୍ତୁ ନାହିଁ ସବୁ ସ୍ଥାନରେ ସତ ଲୋକେ ଥିବେ। ଚାଣକ୍ୟ କେତେକ ଉଦାହରଣ ପ୍ରଦାନ କରିଛନ୍ତି। ମାଣିକ ହେଉଛି ଏକ ମୂଲ୍ୟବାନ ପଥର ଯାହା ପାହାଡରେ ଥାଏ। ହେଲେ ସବୁ ପାହଡରେ ମାଣିକ ମିଳେ ନାହିଁ। ସେହିପରି ମୋତି ହେଉଛି ଏକ ଜୀବଜ ପଦାର୍ଥ। ଏହା ଶାମୁକାରୁ ମିଳିଥାଏ। ହେଲେ ସବୁ ଶାମୁକାରୁ ମୋତି ମିଳି ନ ଥାଏ।
ଚନ୍ଦନ କାଠରୁ କେବଳ ଚନ୍ଦନ ବାହାରିବ, ହେଲେ ସବୁ କାଠରୁ ଚନ୍ଦନ ବାହାରିବ ନାହିଁ। ସେଥିପାଇଁ ଯେ କୌଣସି ବ୍ୟକ୍ତି ସତ୍, ଭଦ୍ର, ଶିକ୍ଷିତ, ଜ୍ଞାନୀ, ଚରିତ୍ରବାନ, ଧର୍ମପରାୟଣ, ମାର୍ଜିତ ହୋଇଥିବ ବୋଲି କେବେ ଭାବିବେ ନାହିଁ।












Click it and Unblock the Notifications