ଆଜି ବସନ୍ତ ପଞ୍ଚମୀ: ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ
ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା' ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା' ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ ।
ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି । ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ମା'ଙ୍କୁ ପୂଜାର୍ଚ୍ଚନା କରୁଛନ୍ତି । ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ଅନୁଷ୍ଠିତ ହେବ । ଏହାସହ ଆଜି ୩ ରଥର ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ ।

ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।












Click it and Unblock the Notifications