ଶୀତ ଦିନେ ରୁହନ୍ତୁ ସତର୍କ, ଆକ୍ରାନ୍ତ କରୁଛି ଥଣ୍ଡା, ଜ୍ୱର, କାଶ ସମସ୍ୟା !
ଶୀତ ପଡିବା ପରେ ଅଧିକାଂଶ ଲୋକ ଥଣ୍ଡା, ଜ୍ୱର ଓ କାଶରେ ଆକ୍ରାନ୍ତ ହୋଇଛନ୍ତି । ବିଶେଷ କରି ଛୋଟ ପିଲା ଅଧିକ ମାତ୍ରାରେ ଆକ୍ରାନ୍ତ ହେଉଛନ୍ତି । ସେହିପରି ଶୀତ ଦିନରେ ଆଣ୍ଠୁଗଣ୍ଠି ରୋଗରେ ପୀଡିତ ଥିବା ଲୋକଙ୍କ ଯନ୍ତ୍ରଣା ବଢ଼ି ଯାଇଛି । ତେବେ ଏସବୁ ରୋଗର କେମିତି ଘରୋଇ ଉପଚାର କରାଯାଇ ପାରିବ ।
ଶୀତ ଦିନରେ ଥଣ୍ଡା ବଢ଼ିବା ସହ ବଢ଼ିବାରେ ଲାଗିଛି, ଜ୍ୱର ଓ ଥଣ୍ଡା ରୋଗୀଙ୍କ ସଂଖ୍ୟା । ଏଥିରୁ ମୁକ୍ତି ପାଇଁ ରୋଗୀ ଏଲେପାଥିକ୍ ଔଷଧ ଆଣି ଖାଉଛନ୍ତି । କାଶରୁ ମୁକ୍ତି ପାଇବା ପାଇଁ ଶିରପ ଖାଉଛନ୍ତି । ହେଲେ, ବାଡିରେ ଥିବା ତୁଳସୀ ପତ୍ର, ଅଁଳା, ଘିକୁଅାଁରୀ, ତେଜପତ୍ର ଭଳି ଔଷଧିୟ ଗଛକୁ ଗୁରୁତ୍ୱ ଦେଇନଥାଉ । କିନ୍ତୁ ଏସବୁର ବ୍ୟବହାର ଦ୍ୱାରା ଥଣ୍ଡା, ଜ୍ୱର, କାଶ ଭଳି ରୋଗରୁ ଅନେକ ମାତ୍ରାରେ ଉପଶମ ମିଳିଥାଏ । ତୁଳସୀ ପତ୍ରର ରସ ବ୍ୟବହାର କରିବା ଦ୍ୱାରା, ରୋଗୀର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ । ଯାହା ଫଳରେ ଥଣ୍ଡା, ଜ୍ୱର, କାଶ ନିୟନ୍ତ୍ରଣରେ ରହିଥାଏ ।

କେବଳ ଥଣ୍ଡା ଜ୍ୱର ନୁହେଁ, ଶୀତ ଦିନରେ ଆଂଠୁ ଗଣ୍ଠି ସମସ୍ୟା ମଧ୍ୟ ବଢ଼ି ଯାଇଥାଏ । ଯେଉଁମାନଙ୍କର ଆଣ୍ଠୁଗଣ୍ଠି ସମସ୍ୟା ରହିଛି, ଶୀତଦିନରେ ସେମାନେ ଯନ୍ତ୍ରଣା ଭୋଗିଥାନ୍ତି । ତେବେ ଆୟୁର୍ବେଦରେ ଏହାର ଉପଚାର ରହିଛି । ଆୟୁର୍ବେଦ ପଦ୍ଧତିରେ ବିଭିନ୍ନ ଚେରମୂଳରୁ ପ୍ରସ୍ତୁତ, ଔଷଧ ଓ ତେଲ ବ୍ୟବହାର ଦ୍ୱାରା ଆଠୁ ଗଣ୍ଠି ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ ବୋଲି କହିଛନ୍ତି ଆୟୁର୍ବେଦ ବିଶେଷଜ୍ଞ ।
ଏଥିସହ ଶୀତ ଦିନ ଆସିଲେ ଲୋକମାନେ ବିଭିନ୍ନ ପ୍ରକାର ଚର୍ମ ରୋଗରେ ପୀଡିତ ହୋଇଥାନ୍ତି । ଯାହାର ଘରୋଇ ଉପଚାର ରହିଛି । ଆପଣ ଚାହିଁଲେବି ଏହାକୁ ଘରେ ପ୍ରସ୍ତୁତ କରିପାରିବେ । ଦେଖନ୍ତୁ କେମିତି ପ୍ରସ୍ତୁତ ହେଉଛି, ଆୟୁବେର୍ଦିକ ଔଷଧ । ଏଥିରେ ବ୍ୟବହାର ହେଉଥିବା ବିଭିନ୍ନ ପ୍ରକାର ଚେରମୂଳ ଆମ ରାଜ୍ୟର କିଛି ସ୍ଥାନକୁ ବାଦ ଅନ୍ୟ ରାଜ୍ୟରୁ ମଧ୍ୟ ସଂଗ୍ରହ କରାଯାଉଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications