ସାବଧାନ! ହାଡ଼କୁ ଦୁର୍ବଳ କରେ ଏହି ସବୁ ଜିନିଷ
ଦିନକୁ ଦିନ ବଦଳୁଥିବା ଖାଦ୍ୟ ପାନୀୟର ଭୁଲ୍ ଅଭ୍ୟାସ ଯୋଗୁଁ ଆଜି ପ୍ରତି ୫ ଜଣରେ ଜଣେ ବ୍ୟକ୍ତି କୌଣସି ନା କୌଣସି ସ୍ବାସ୍ଥ୍ୟ ସମସ୍ୟାରେ ଶିକାର ହେଉଛନ୍ତି । ଯେପରି କି ଆଣ୍ଠୁ ଗଣ୍ଠି ଦରଜ । ପ୍ରଥମେ ଏଭଳି ସମସ୍ୟା କେବଳ ବୟସ୍କ ଲୋକଙ୍କ ନିକଟରେ ଦେଖିବାକୁ ମିଳୁଥିଲା । କିନ୍ତୁ ଏବେ ଅଳ୍ପ ବୟସ ପିଲାଙ୍କଠାରେ ମଧ୍ୟ ଏଭଳି ସମସ୍ୟା ଦେଖିବାକୁ ମିଳୁଛି । ଏଭଳି ଖାଦ୍ୟ ଖାଇବା ଆବଶ୍ୟକ ଯାହା ହାଡ ମଜଭୂତ କରି ରଖିବ ।
ହାଡକୁ ମଜଭୁତ କରିବା ପାଇଁ ହେଲେ କ୍ୟାଲସିୟମ୍ ଏବଂ ଭିଟାମିନ୍ ଡି ଯୁକ୍ତ ଖାଦ୍ୟର ଆବଶ୍ୟକତା ରହିଛି । ଯଦି ଏହି ଦୁଇ ତତ୍ବ ମଧ୍ୟରୁ ଯେ କୌଣସି ଗୋଟିଏର ମାତ୍ରା କମ୍ ହୁଏ ତେବେ ଆଣ୍ଠୁ ଗଣ୍ଠି ଦରଜ ଭଳି ସମସ୍ୟା ଦେଖାଦେଇଥାଏ । ଆମେ ଦୈନନ୍ଦିନ ଜୀବନରେ ଏଭଳି କିଛି ଖାଦ୍ୟ ଖାଇଥାଉ ଯାହା ଦିନକୁ ଦିନ ଆମ ହାଡକୁ ଦୁର୍ବଳ କରିଥାଏ । ତେବେ ଆସନ୍ତୁ ସେହି ସବୁ ଜିନିଷ ସମ୍ପର୍କରେ ଜାଣିବା ଯାହା ହାଡ଼କୁ ଦୁର୍ବଳ କରିଦେଇଥାଏ । ଯାହାଠାରୁ ଆମେ ଦୂରେଇ ରହିବା ଉଚିତ୍ ।
ଅଧିକ ଲୁଣ :
ଖାଦ୍ୟର ସ୍ବାଦ ବଢାଇଥାଏ ଲୁଣ । କିନ୍ତୁ ଅଧିକ ଲୁଣ ଖାଇଲେ ହାଡ ଦୁର୍ବଳ ହୋଇଯାଇଥାଏ । ଲୁଣରେ ସୋଡିୟମର ମାତ୍ରା ଅଧିକ ଥାଏ । ଯାହା ଶରୀରକୁ ଯିବା ପରେ କ୍ୟାଲସିୟମକୁ ୟୁରିନ୍ ମାଧ୍ୟମରେ ବାହାରକୁ ବାହାର କରିଦେଇଥାଏ । ଯାହା ଫଳରେ ଶରୀରରେ କ୍ୟାଲସିୟମ ମାତ୍ରା କମିଯିବା ସହ ହାଡ ଦୁର୍ବଳ ହୋଇଯାଇଥାଏ ।

ଚକଲେଟ୍ :
ଛୋଟ ହେଉ ବା ବଡ , ଚକଲେଟ୍ ସମସ୍ତଙ୍କ ପସନ୍ଦ । ଏହା ନା କେବଳ ମୁଡକୁ ଫ୍ରେସ୍ କରିଥାଏ ବରଂ ମୁହଁର ସ୍ବାଦ ମଧ୍ୟ ବଡାଇଥାଏ । କିନ୍ତୁ ଆବଶ୍ୟକତାଠାରୁ ଅଧିକ ଚକଲେଟ୍ ଖାଇଲେ ଏହାର ସିଧା ପ୍ରଭାବ ହାଡ ଉପରେ ପଡିଥାଏ । ଅଧିକ ଚକଲେଟ୍ ଖାଇଲେ ଶରୀରରେ ସୁଗାର ଏବଂ ଓକ୍ସୋଲେଟର ମାତ୍ରା ବଢିଯାଇଥାଏ । ଯାହା ଫଳରେ ଶରୀରରେ କ୍ୟାଲସିୟମ ପ୍ରବେଶ କରି ପାରିନଥାଏ ଏବଂ ହାଡ ଧୀରେ ଧୀରେ ଦୁର୍ବଳ ହୋଇଯାଇଥାଏ ।
କୋଲ୍ଡ ଡ୍ରିଙ୍କ୍ସ :
ଖରାଦିନେ କୋଲ୍ଡ ଡ୍ରିଙ୍କ୍ସ ପ୍ରାୟ ସମସ୍ତଙ୍କର ଡାଏଟର ଏକ ଗୁରୁତ୍ବପୂର୍ଣ୍ଣ ଅଂଶ ହୋଇଯାଏ । କିନ୍ତୁ ମନେ ରଖନ୍ତୁ କୋଲ୍ଡ ଡ୍ରିଙ୍କ୍ସରେ କାର୍ବ ଡାଇଅକ୍ସାଇଡ୍ ଏବଂ ଫସଫରସ୍ ଥାଏ । ଯାହା ଶରୀର ମଧ୍ୟକୁ ପ୍ରବେଶ କରି ହାଡକୁ ଦୁର୍ବଳ କରିଦେଇଥାଏ ।
ଚା ଏବଂ କଫି :
ଚା ହେଉ ବା କଫି, ଅଧିକାଂଶ ଲୋକ ନିଜ ଦିନର ଆରମ୍ଭ ଏଥିରୁ ହିଁ କରିଥାନ୍ତି । କିନ୍ତୁ ଏସବୁ ପିଇବା ପୂର୍ବରୁ ଏହାର କ୍ଷତି ବିଷୟରେ ଜାଣିବା ଆବଶ୍ୟକ । ଚା ଏବଂ କଫିରେ କଫିନ୍ ଭରପୁର ମାତ୍ରାରେ ଥାଏ । ଯଦି ଏହା ଅଧିକ ମାତ୍ରାରେ ଶରୀର ମଧ୍ୟକୁ ପ୍ରବେଶ କରେ ତେବେ ହାଡ ଧୀରେ ଧୀରେ ଦୁର୍ବଳ ହୋଇଯାଇଥାଏ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications