ସୁନା ଦରରେ ବଡ଼ ପରିବର୍ତ୍ତନ; କମିଲା ଏତିକି , କେମିତି ଜାଣିବେ ସୁନାର ଶୁଦ୍ଧତା ?
ନ ହୁ ହୁ ହୋଇ ବଢି ଚାଲିଛି ସୁନା ଦର । କିନ୍ତୁ, ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହାସହ ରୂପା ଦର ମଧ୍ୟ କମିଛି ।
ତେବେ ସୁନା କିମ୍ବା ରୂପା କିଣିବା ପୂର୍ବରୁ ଜାଣି ରଖନ୍ତୁ କେଉଁଠି କେତେ ରହିଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୨୫୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୩୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୨୫୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୮୯, ୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୨ ,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୮୯, ୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୮୨ ,୪୦୦ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୮୯, ୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୨,୨୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୯, ୭୩୦ ଓ ୮୨ ,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୪, ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।












Click it and Unblock the Notifications