ସୁନା-ରୂପା ଦରରେ ହୋଇଛି ପରିବର୍ତ୍ତନ; କେତେ ରହିଛି ଦାମ୍ ?
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୦, ୭୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୦,୭୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୨, ୩୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୦,୭୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୨ ହଜାର ୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୦,୯୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୨, ୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୦,୭୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୨ହଜାର ୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୦,୭୫୦ ଓ ୨୨ କ୍ୟାରେଟ ମୂଲ୍ୟର ଦାମ୍ ୯୨ ହଜାର ୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications