ଗଣେଶ ପୂଜା: କେଉଁ ଯୁଗରେ କେଉଁ ଅବତାର ନେଇଛନ୍ତି ବିନାୟକ ?
ଗଣେଶ ଚତୁର୍ଥୀ, ବିକ୍ରମ ସଂବତର ଭାଦ୍ରବ ଶୁକ୍ଳ ଚତୁର୍ଥୀରେ ପାଳନ କରାଯାଏ । ଏହି ଶୁଭଦିନକୁ ହିନ୍ଦୁଧର୍ମରେ ଗଣେଶଙ୍କ ଜନ୍ମ ଦିନ ଭାବେ ପାଳନ କରାଯାଏ । ଏହି ପର୍ବ ଦଶଦିନ ଧରି ଚାଲେ ଓ ଅନନ୍ତ ଚତୁର୍ଦ୍ଦଶୀରେ ସମାପ୍ତ ହେଇଥାଏ ।
ଗଣେଶ ଆଦିଦେବ ଭାବରେ ପରିଚିତ । ସେ ସବୁଯୁଗରେ ଅବତାର ନେଇଥିବାର କୁହାଯାଏ ।
- ସତ୍ୟ ଯୁଗରେ ଋଷି କଶ୍ୟପ ଓ ଅଦିତିଙ୍କ ଘରେ ମହଙ୍କତ ବିନାୟକ ରୂପରେ ଜନ୍ମ ନେଇ ଦେବାନ୍ତକ ଓ ନରାନ୍ତକ ନାମକ ରାକ୍ଷସଙ୍କୁ ବଧ କରିଥିଲେ।
- ତ୍ରେତୟା ଯୁଗରେ ଭାଦ୍ରବ ଶୁକ୍ଳପକ୍ଷ ଚତୁର୍ଥୀରେ ଉମାଙ୍କ ଘରେ ଜନ୍ମି,ଗଣେଶ ରୂପରେ ଜନ୍ମିସିନ୍ଧୁ ନାମକ ରାକ୍ଷସକୁ ବଧ କରିବା ସହ ବ୍ରହ୍ମାଙ୍କ ପୁତ୍ରି ଦ୍ୱୟ ରିଦ୍ଧି ଓ ସିଦ୍ଧିଙ୍କୁ ବିବାହ କରିଥିବାର ପୁରାଣରେ ବର୍ଣ୍ଣିତ ।
- ଦ୍ୱାପର ଯୁଗରେ ଗଣେଶ ରୂପରେ ପାର୍ବତୀଙ୍କ ପୁତ୍ର ଭାବରେ ପୁରାଣରେ ବର୍ଣ୍ଣିତ ।
- କଳି ଯୁଗରେ ଭବିଷ୍ୟ ପୁରାଣ ଅନୁସାରେ ଧୁମ୍ରକେତୁ ରୂପରେ ଅବତାର କଥାବର୍ଣ୍ଣିତ ଅଛି ।

ଭାଦ୍ରବ ମାସର ଶୁକ୍ଳ ଚତୁର୍ଥୀ ଦିନ ବିନାୟକ ବ୍ରତ ପାଳିତ ହୁଏ। ବିନାୟକ ବ୍ରତକଥାରେ ଉଲ୍ଲେଖ ରହିଛି ଯେ ଏହି ବ୍ରତର ମାହାତ୍ମ୍ୟ ସ୍କନ୍ଧ ପୁରାଣରେ ବର୍ଣିତ।[ ଗୋମତୀ ନଦୀ କୂଳରେ ସୂତ ମୁନି ଅନ୍ୟ ଋଷିମାନଙ୍କର ଜିଜ୍ଞାସାକୁ ପ୍ରଶମନ କରି ବିନାୟକ ବ୍ରତ ପାଳନ କଲେ ମନୁଷ୍ୟମାନେ କାର୍ଯ୍ୟସିଦ୍ଧି, ଅର୍ଥପ୍ରାପ୍ତି, ସୁତ-ସୌଭାଗ୍ୟ-ସଂପଦ ଲାଭ କରି ପାରିବେ ବୋଲି ବୟାନ କରିଛନ୍ତି। ଏହି ବ୍ରତର ବିଧିବିଧାନ ସ୍ୱୟଂ ଶ୍ରୀକୃଷ୍ଣ ଯୁଧିଷ୍ଠିରଙ୍କୁ କହିଛନ୍ତି। ଏହି ବ୍ରତ ପାଳନ କରି ଯୁଧିଷ୍ଠିର ରାଜ୍ୟ ଫେରି ପାଇଥିଲେ। ସେଥିପାଇଁ ଗଣପତିଙ୍କର ନାମ ସିଦ୍ଧି ବିନାୟକ।












Click it and Unblock the Notifications