ଆଣ୍ଠୁ ଗଣ୍ଠି ଜନିତ ଯନ୍ତ୍ରଣା ସମସ୍ୟା ଦୂର କରିବ ରସୁଣ! ଆସନ୍ତୁ ଜାଣିବା ରସୁଣର ...
ରସୁଣ କେବଳ ଖାଦ୍ୟକୁ ସୁଆଦିଆ କରିଥାଏ ତାହା ନୁହଁ ବରଂ ଶରୀରକୁ ସୁସ୍ଥ ମଧ୍ୟ ରଖିଥାଏ। ଏହା ଘରୋଇ ଔଷଧ ଭାବେ ବହୁ ଉପକାରୀ ସାବ୍ୟସ୍ତ ହୋଇଥାଏ। ରସୁଣରେ ଥଣ୍ଡା, କାଶ, ଲୁ, ରକ୍ତଚାପ ସହିତ କ୍ୟାନ୍ସରରୁ ରକ୍ଷା ପାଇବା ପାଇଁ ଅନେକ ତତ୍ତ୍ବ ଭରପୁର ରହିଛି। ଆସନ୍ତୁ ଜାଣିବା ରସୁଣର ବିଭିନ୍ନ ଉପକାରିତା ବିଷୟରେ...
ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଖଣିଜ, ଲବଣ ଭରପୁର ରହିଥାଏ। ରସୁଣ ଖାଇବା ଦ୍ବାରା ଶରୀରରେ ରୋଗପ୍ରତିଶୋଧକ କ୍ଷମତା ବଢ଼ିଥାଏ। ଏଥି ସହ ରସୁଣରେ ଥିବା ଆଲିସିନ୍ ନାମକ ଅଣ୍ଟିବାୟୋଟିକ୍ ଶରୀରକୁ ବିଭିନ୍ନ ରୋଗରୁ ମୁକ୍ତ ରଖିଥାଏ।

ରସୁଣର ନିୟମିତ ସେବନ ଦ୍ବାରା କ୍ୟାନ୍ସର ହେବାର ସମ୍ବାବନା ବହୁ ମାତ୍ରାରେ କମ ହୋଇଥାଏ। ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଏହା ଦ୍ବାରା କ୍ୟାନ୍ସର ହେବାର ସମ୍ବାବନା ୩୦-୪୦ ପ୍ରତିଶତ କମ ହୋଇଥାଏ। ଏଥିସହ ଉଚ୍ଚରକ୍ତଚାପକୁ ଦୂର କରିବାରେ ମଧ୍ୟ ରସୁଣ ବହୁ ଲାଭଦାୟକ ହୋଇଥାଏ। ଦୈନିକ ରସୁଣ ଖାଇବା ଦ୍ବାରା କୋଲେଷ୍ଟ୍ରଲ କମ ହେବା ସହ ହୃଦଜନିତ ରୋଗର ସମ୍ବାବନା ମଧ୍ୟ କମ ହୋଇଥାଏ।
ରସୁଣରେ ଶରୀରକୁ ଗରମ ରଖିବାର ପୋଷକ ଭରପୁର ମାତ୍ରାରେ ରହିଥାଏ। ଯାହା ଫଳରେ ଥଣ୍ଡା, କାଶ ଏବଂ ଛିଙ୍କ ଆଦିରୁ ରକ୍ଷା ପାଇବା ପାଇଁ ଏହା ବହୁ ଲାଭକାରୀ ପ୍ରମାଣିତ ହୋଇଥାଏ। ଏଥିରେ ଉପସ୍ଥିତ ଆଣ୍ଟିବ୍ୟାକ୍ଟେରିଆଲ ତତ୍ତ୍ବ ଦାନ୍ତ ଏବଂ ମାଢ଼ି ଯନ୍ତ୍ରଣାରୁ ମଧ୍ୟ ମୁକ୍ତି ଦେଇଥାଏ।
ଦୈନିକ ରସୁଣ ଖାଉଥିବା ବ୍ୟକ୍ତିଙ୍କ ନିକଟରେ ରକ୍ତହିନତା ଦେଖାଯାଇ ନଥାଏ। ଏଥି ସହ ଏହା ବିଭିନ୍ନ ପ୍ରକାରର ସଂକ୍ରମଣରୁ ମଧ୍ୟ ରକ୍ଷା କରିଥାଏ। ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମଧ୍ୟ ରସୁଣ ଦ୍ବାରା ଶୀଘ୍ର ଉପଶମ ମଳିଥାଏ।












Click it and Unblock the Notifications