ବଢୁଛି ସୁନା ଓ ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜିର ଦାମ୍
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୯,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୯,୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୯,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୯,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୯,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୦,୬୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୯,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୯,୮୨୦ ଓ ୧,୧୯,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୭୬,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications