ଲଗାତାର ହ୍ରାସ ପାଉଛି ସୁନା ଦର; ଆଗକୁ ଆହୁରି ଖସିବ ମୂଲ୍ୟ !
ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ସୁନା ଦର ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ସହ ଏଯାଏଁ ପ୍ରାୟ ୨ହଜାର ଟଙ୍କା ଦାମ୍ କମିଛି । ସେଥିପାଇଁ ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଜମିଲାଣି । କାରଣ ଏବେ ଯେହେତୁ ବାହାଘର ସିଜିନ୍ ଚାଲିଛି ତେଣୁ ସମସ୍ତେ ସୁନା ଗହଣା କିଣିବାରେ ବ୍ୟସ୍ତ ।
ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୦୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯,୮୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ହଜାର ୮୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୦୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୦୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯ ହଜାର ୮୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୦୨୦ ଓ ୮୯, ୮୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୭ , ୯୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications