ସୁନା ଦର ବଢ଼ିଥିବାବେଳେ କମିଲା ରୁପା ଦର, ଜାଣନ୍ତୁ କେତେ ରହିଛି ଦାମ୍?
ଧୀରେ ଧୀରେ ବଢୁଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୮,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୮,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୯,୪୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୮,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୯,୪୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୮,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୯,୫୯୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୮,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୯,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୯,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୯,୪୪୦ ଓ ୧, ୧୮,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୮୯,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications