ପୁଣି ବଢିଲା ସୁନା ଦାମ୍: ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା କେତେ ?
ପୁଣି ବଢିଲା ସୁନା ଦାମ୍ । ଜୁଲାଇ ୧୯ ଅର୍ଥାତ୍ ଶନିବାର ପୁଣି ବଢିଛି ସୁନା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୦.୦୪୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୭୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୦,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୭୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୦୦,୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୦୦,୧୯୦ ଟଙ୍କା ଓ ୨୨ କ୍ୟାରେଟ୍ ୯୧,୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୦,୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ର ୧, ୦୦,୦୪୦ ଓ ୯୧ ହଜାର ୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬ ,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications