Get Updates
Get notified of breaking news, exclusive insights, and must-see stories!

Gold Rate: ଜାଣନ୍ତୁ ଓଡ଼ିଶାରେ କେତେ ରହିଛି ଭରି ପିଛା ୨୨ କ୍ୟାରେଟ୍ ସୁନା ଦର ?

ଆଜି ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶାରେ କେତେ ରହିଛି ସୁନା ଦର? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୬୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୯୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୦, ୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୧,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯,୯୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯,୯୩୦ ଓ ୯୧ ହଜାର ୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬ ,୦୦୦ ଟଙ୍କା ହୋଇଛି ।

Gold Rate

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ଅହୁର ପଢ଼ନ୍ତୁ : ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+