Gold Rate : ପୁଣି ଝଟକା ଦେଲା ସୁନା ଦର ! ଆଜି ବଢିଲା ରେଟ୍
ଆଜି ସୁନା ଦର ବୃଦ୍ଧି ହୋଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୮୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୬୦୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୮୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୮୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୯୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୮୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୮୩୦ ଓ ୯୦ ହଜାର ୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୨୦ , ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications