Gold Rate: କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର, ଆଜି କେତେ ରହିଛି ରେଟ୍ ?
ଆଜି ବି କମିଛି ସୁନା ଦର । କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ସୁନା ଦର ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ସହ ଏଯାଏଁ ପ୍ରାୟ ୬୦୦ ଟଙ୍କା ଦାମ୍ କମିଛି । ସେଥିପାଇଁ ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଜମିଲାଣି । କାରଣ ଏବେ ଯେହେତୁ ବାହାଘର ସିଜିନ୍ ଚାଲିଛି ତେଣୁ ସମସ୍ତେ ସୁନା ଗହଣା କିଣିବାରେ ବ୍ୟସ୍ତ ।
ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୧୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭,୪୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯,୧୫୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭, ୨୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ହଜାର ୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭,୪୧୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯ ହଜାର ୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭,୨୬୦ ଓ ୮୯, ୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୧୭ , ୭୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications