Gold Rate: କମିଲା ସୁନା ଦାମ୍, ଜାଣନ୍ତୁ କେତେ ?
ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ମେ' ୨୩ ଅର୍ଥାତ୍ ଶୁକ୍ରବାର କମିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୫୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୪୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୫୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୪୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭, ୫୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୪୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୬୮୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୫୫୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୫୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯, ୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୫୩୦ ଓ ୮୯, ୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।












Click it and Unblock the Notifications