Gold Rate: ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ?
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୨୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୨୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୪୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୪୦୦ ଓ ୯୦ ହଜାର ୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୦୯ , ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications