Gold Rate: କେଉଁ ସହରରେ କେତେ ରହିଛି ସୁନା ଦର ?
ସୁନା ଦର କମ୍ ଥିବାବେଳେ ରୂପା ଦର ବୃଦ୍ଧି ହୋଇଛି । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧, ୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୧,୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୨, ୯୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୧,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୨ ହଜାର ୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୧,୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୦୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୧,୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୨ ହଜାର ୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୧,୩୫୦ ଓ ୯୨ ହଜାର ୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications