Gupteswar Picnic Spot: କେମିତି ଯିବେ ଗୁପ୍ତେଶ୍ୱର କଣ କଣ ଦେଖିବେ ?
ଗୁପ୍ତେଶ୍ୱର କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ନିକଟରେ ଅବସ୍ଥିତ ଏକ ଶୈବପୀଠ । ସ୍ଥାନଟି କୋରାପୁଟଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର ।
ଗୁପ୍ତେଶ୍ୱର ଅବସ୍ଥିତ
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । ଛତିଶଗଡ଼ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି । ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ ଶିବଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ । ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି । ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ । ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କଦ୍ୱାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ । ଆଉ ଏକ ବିଶେଷତ୍ୱ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।

ମୁଖ୍ୟ ପର୍ବ
ଏଠାକାର ମୁଖ୍ୟ ପର୍ବ ହେଲା ଶିବରାତ୍ରି । ଏହା ଛଡ଼ା କାର୍ତ୍ତିକ ପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, ଆଦି ମଧ୍ୟ ଏଠାରେ ପାଳିତ ହୋଇଥାଏ ।
ଏଠାରେ ରହିବାପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗର ପାନ୍ଥଶାଳା, ଧର୍ମଶାଳା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୈପାରୀଗୁଡ଼ାଙ୍କ ଆବାସସ୍ଥଳ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଜୟପୁରଙ୍କ ଆବାସସ୍ଥଳ ଓ ଜଙ୍ଗଲ ଓ ପରିବେଶ ବିଭାଗ, ଜୟପୁରଙ୍କ ଆବାସସ୍ଥଳ ରହିଛି ।
କେମିତି ଯିବେ ?
ଭୁବନେଶ୍ଵର ଠାରୁ ଟ୍ରେନର କୋରାପୁଟ ଯାଇପାରିବେ। ଯିବା ଆସିବା କରିବାପାଇଁ ଜୟପୁରଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା ରାମଗିରି ପର୍ଯ୍ୟନ୍ତ ରହିଛି । ଅବଶିଷ୍ଟ ୧୩ କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ । ତେବେ କୋରାପୁଟ ସେମିଳିଗୁଡ଼ାଠାରୁ ମଧ୍ୟ ଯାନବାହନର ସୁବିଧା ରହିଛି ।












Click it and Unblock the Notifications