Hanuman Jayanti: ପଣା ସଂକ୍ରାନ୍ତିରେ କାହିଁକି ପୂଜା ପାଆନ୍ତି ହନୁମାନ ?
ବିଭିନ୍ନ ପ୍ରକାର ପର୍ବପର୍ବାଣୀରେ ବନ୍ଧା ଓଡ଼ିଶା। ଆମ ପୂର୍ବପୁରୁଷମାନେ ଜଳବାୟୁର ପରିବର୍ତ୍ତନକୁ ଲକ୍ଷ୍ୟ କରି ସେହି ଅନୁସାରେ ଖଞ୍ଜିଦେଇଛନ୍ତି ବିଭିନ୍ନ ପରମ୍ପରା। ସେଥିପାଇଁ କୁହାଯାଏ ଏଠି ବାର ମାସରେ ତେର ପର୍ବ।
ଓଡ଼ିଆ ପରମ୍ପରାନୁଯାୟୀ ପଣା ସଂକ୍ରାନ୍ତି ଠାରୁ ଓଡିଆ ନୂଆ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଏ। ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ହେବା ସହ ଗ୍ରୀଷ୍ମଋତୁ ଆରମ୍ଭ ହୋଇଥାଏ।
କିପରି ହୁଏ ପାଳନ:
ମହାବିଷୁବ ସଂକ୍ରାନ୍ତି ଦିନ ବୃନ୍ଦାବତୀଙ୍କୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥାଏ। ଏହି ଦିନ ଏକ ଛୋଟ ମାଠିଆ ବା ଠେକିରେ କଣା କରି, ତା' ଭିତରେ ପଣା ରଖି ତୁଳସୀ ଚଉରା ଉପରେ ବାନ୍ଧିଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ। ଏହି ଠେକିକୁ ବସୁନ୍ଧରା ଠେକି ବା ଘଡି ବୋଲି କୁହାଯାଏ।

ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ସେମାନଙ୍କୁ ପାଟୁଆ ବୋଲି କୁହାଯାଏ।
ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି।ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଚାଲିଥିବା ଦଣ୍ଡ ନାଚକୁ ଏହି ଦିନ ଶେଷ କରାଯାଏ। ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି। ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ।












Click it and Unblock the Notifications