Health Tips: ରକ୍ତଚାପକୁ ସନ୍ତୁଳିତ ରଖିଥାଏ ଅଙ୍ଗୁର,

ଶରୀରକୁ ଉଭୟ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରଖିବାରେ ଅଙ୍ଗୁରର ଭୂମିକା ବହୁ ଗୁରୁତ୍ୱପୂର୍ଣ୍ଣ । ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ରକ୍ତଚାପକୁ ସନ୍ତୁଳିତ ରଖିଥାଏ ।

କେବଳ ସେତିକି ନୁହେଁ, ଏଥିରେ ଆହୁରି ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି । ବିଶେଷଭାବରେ ଅଙ୍ଗୁରରେ ଭିଟାମିନ୍‌-ସି ଥିବାରୁ ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରିଥାଏ । ଏଥିଯୋଗୁଁ ଶରୀର ବାହ୍ୟ ସଂକ୍ରମଣରୁ କେତେକାଂଶରେ ରକ୍ଷା ପାଇଥାଏ । ତେଣୁ ଜଣେ ବ୍ଲଡ୍‌ପ୍ରେସର ସମସ୍ୟା ସହଜ ଜଡ଼ିତ ବ୍ୟକ୍ତି ଏହାକୁ ନିଜ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିପାରିବେ ।

Grapes keep blood pressure balanced

କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣାରୁ ନିକଟରେ ଜଣାପଡ଼ିଛି ଯେ, ଏଥିରେ ଥିବା ଉପକାରୀ ତତ୍ତ୍ୱ କ୍ୟାନ୍‌ସର ଆକ୍ରାନ୍ତ କୋଷ(ସେଲ୍‌)ଗୁଡ଼ିକୁ ବୃଦ୍ଧି କରିବାକୁ ଦେଇ ନ ଥାଏ । ଏଥିରେ ଫାଇବର୍‌ ମଧ୍ୟ ରହିଛି, ଯାହା କୋଲେଷ୍ଟରଲ୍‌ର ମାତ୍ରାକୁ ସନ୍ତୁଳିତ ରଖେ। ଅଙ୍ଗୁରରେ ଭିଟାମିନ୍‌-କେ, କ୍ୟାଲସିୟମ୍‌, ପୋଟାସିୟମ୍‌ ଓ ମ୍ୟାଗ୍ନେସିୟମ୍‌ ଥିବାରୁ ଏହା ଅସ୍ଥି ଓ ମଜ୍ଜାକୁ ଶକ୍ତ ରଖିଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+