ଶରୀରକୁ ସୁସ୍ଥ ଏବଂ ହାଇଡ୍ରେଟ୍ ରଖିବା ପାଇଁ ଖାଦ୍ୟରେ ସାମିଲ କରନ୍ତୁ ଏହି ଫଳ
Best Summer Fruits: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଯାହାର ପ୍ରଭାବ ଆମ ଶରୀର ଉପରେ ମଧ୍ୟ ପଡିଥାଏ । ଖରା ଦିନରେ ଅଧିକ ପାଣି ପିଇବା ସହ ଶରୀରକୁ ହାଇଡ୍ରେଟ୍ ରଖିବା ଉଚିତ । ଦିନକୁ ୭ ରୁ ୮ ଗ୍ଲାସ୍ ପାଣି ପିଇବା ସହ ଖାଦ୍ୟରେ ମଧ୍ୟ କିଛି କିଛି ପରିବର୍ତ୍ତନ କରିବାକୁ ପଡିଥାଏ ।
ଖରା ଦିନରେ ଅଧିକ ପରିମାଣର ଫଳ ଖାଇବା ଉଚିତ । ଯାହା ଆମକୁ ଖରା ଦିନରେ ମଧ୍ୟ ସୁସ୍ଥ ରଖିଥାଏ ଏବଂ ଆମେ ଶରୀରକୁ ହାଇଡ୍ରେଟ୍ ରଖିଥାଏ । ଚାଲନ୍ତୁ ଜାଣିବା ଗ୍ରୀଷ୍ମ ଦିନରେ କେଉଁ କେଉଁ ଫଳ ଅଧିକା ଖାଇବା ଉଚିତ୍ ।
କମଳା:ଖମଳାରେ ଭିଟାମିନ୍-ସି ଅଧିକ ପରିମାଣରେ ଥାଏ, ଏହା ଆନଟି ଏଜେଗିଂ ମଧ୍ୟ ଏବଂ ଏଥିରେ ଭରପୁର ପରିମାଣରେ କ୍ୟାଲସିଏନମ୍, ଆଣ୍ଟି ଅକ୍ସିଡେଣ୍ଟ ଥାଏ ଯାହା ତ୍ୱଚା ସହ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ପ୍ରତ୍ୟେକ ଦିନ ଗୋଟିଏ କମଳା ଖାଇବା ଦ୍ୱାରା ଓଜନ ମଧ୍ୟ କମିଥାଏ ।
ଅମୃତଭଣ୍ତା: ଖରା ଦିନରେ ଖାଦ୍ୟରେ ଅମୃତଭଣ୍ତା ସାମିଲ କରିବା ଅତ୍ୟନ୍ତ ଜରୁରୀ । କାରଣ ଏଥିରେ ଯଥେଷ୍ଟ ପରିମାଣରେ ଭିଟାମିନ୍-ସି, ଭିଟାମିନ୍-ଏ ରହିଥାଏ । ଯାହା ଇମ୍ୟୁନିଟି ବଢାଇବା ସହ ତ୍ୱଚାକୁ ସୁନ୍ଦର କରିବାରେ ସାହାଯ୍ୟ କରିଥାଏ । ଅମୃତଭଣ୍ତା ଓଜନ କମାଇବାରେ ମଧ୍ୟ ସାହାଯ୍ୟ କରିଥାଏ । ଏହି ଫଳରୁ ଶରୀରକୁ ଅଧିକ ପରିମାଣର ଫାଇବର ମିଳିଥାଏ ।

କଦଳୀ: କଦଳୀରେ ଭିଟାମିନ୍-ଏ,ବି,ସି,ଏ ପୋଟାସିୟମ ଏବଂ ମ୍ୟାଗ୍ନେସିୟମ ଭରପୁର ପରିମାଣରେ ଥାଏ । ସେହିପରି କଦଳୀରେ ବି-6 ଏବଂ ଏମିନୋଏସିଡ ମଧ୍ୟ ଥାଏ ଯାହା ଆଣ୍ଟି ଅକ୍ସିଜେଣ୍ଟ । ଖରାଦିନରେ କଦଳୀ ଖାଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ ।
ତରଭୁଜ: ତରଭୁଜରେ ଭିଟାମିନ୍ ସି ପ୍ରଚୁର ପରିମାଣରେ ଥାଏ । ଏହା ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ । ତରଭୁଜରେ ମିଳୁଥିବା ଭିଟାମିନ୍ ଏ ଏବଂ ବିଟା-କେରୋଟିନର ସ୍ତର ତ୍ୱଚାକୁ ସୁସ୍ଥ ରଖିଥାଏ ଏବଂ କେଶ ବଢାଇବାରେ ମଧ୍ୟ ସାହାଯ୍ୟ କରେ ।












Click it and Unblock the Notifications