ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଭାଇର ଦୀର୍ଘାୟୁ ଏବଂ ସଫଳତା କାମନା କରି ହାତରେ ରାକ୍ଷୀ ବାନ୍ଧିବ ଭଉଣୀ
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।
ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ ।

ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ ।ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।
ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି ।
ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୋଉଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।
ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।
ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।
କଥାଚିତ୍ର
ଭାଇ-ଭଉଣୀର ସମ୍ପର୍କକୁ ନେଇ ଅନେକ ନାଟକ ଓ କଥାଚିତ୍ର ପ୍ରସ୍ତୁତ ହୋଇଛି । ଭଉଣୀର ସୁରକ୍ଷା ପାଇଁ ଭାଇ ନିଜର ସୁଖ ସୁବିଧା ମଧ୍ୟ ଭୁଲିଯାଏ । ଉଭୟ ଓଡ଼ିଆ ଓ ହିନ୍ଦୀ ସିନେମାରେ ଏଭଳି ଦୃଶ୍ୟ ରହିଛି, କେତେକ ସିନେମାରେ ରାକ୍ଷୀ ମାଧ୍ୟରେ ଏହି ଆବେଗ ଓ ତ୍ୟାଗର ଦୃଶ୍ୟ ଦର୍ଶକଙ୍କୁ ଦେଖାଇଦିଆଯାଇଛି । ଏମିତି କିଛି ସିନେମା ଆଉ ରାକ୍ଷୀ ଗୀତ ହେଲା - ଓଡ଼ିଆରେ ଚକା ଆଖି ସବୁ ଦେଖୁଛିରେ ରାକ୍ଷୀରେ ରାକ୍ଷୀ ତୁ ରହିଲୁ ସାକ୍ଷୀ, ରାକ୍ଷୀ ବାନ୍ଧିଲି ମୋ ରଖିବ ମାନର ଶୀର୍ଷକ ଗୀତ ଏବଂ ରାକ୍ଷୀ ଭିଜିଗଲା ଆଖି ଲୁହରେର ଶୀର୍ଷକ ଗୀତ ।
ହିନ୍ଦୀ ସିନେମା କାଜଲରେ ମେରେ ଭୈୟା ମେରେ ଚନ୍ଦା, ଅନପଢ଼ରେ ରଙ୍ଗ ବିରଙ୍ଗ ରାକ୍ଷୀ ଲୋକେ, ବେଇମାନରେ ୟେ ରାକ୍ଷୀ ବନ୍ଧନ ହୈ ଐସା ଏବଂ ରେଶମ କି ଡୋରୀରେ ବହେନ୍ ନେ ଭାଇ କି କଲାଇ ସେ ପରି ଅନେକ ଗୀତ ରହିଛି ।
ବଳରାମ ଜୟନ୍ତୀ
ସମ୍ପାଦନା
କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଅବତୀର୍ଣ୍ଣ ହୋଇଥିଲେ, ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ରୂପେ ପାଳନ କରାଯାଏ ।
ଗହ୍ମା ପୂର୍ଣ୍ଣିମା
ଏହି ଦିନ ସବୁ ପାଳିତ ପଶୁ ଗାଈ, ଗୋରୁ ଆଦିଙ୍କୁ ସଜାଯାଏ ଏବଂ ପୂଜା କରାଯାଏ । ବିଭିନ୍ନ ପ୍ରକାରର ପିଠା ଓ ମିଠା ତିଆରି କରାଯାଏ ଏବଂ ପରିବାର, ବନ୍ଧୁ ବାନ୍ଧବମାନଙ୍କ ମଧ୍ୟରେ ବଣ୍ଟାଯାଏ ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications