ପ୍ରତ୍ୟେହ ମୁଖ୍ୟଦ୍ୱାରରେ ଶୁଭ କଳସ ରଖୁଛନ୍ତି କି ?

କୁହାଯାଏ, ଘରୁ ବାହାରିବା ସମୟରେ ଶୁଭ କଳସ ବା ଜଳପୂର୍ଣ କୁମ୍ଭ ଦେଖିକରି ଯିବାଦ୍ୱାରା କାର୍ଯ୍ୟସିଦ୍ଧି ହୋଇଥାଏ। ସେଥିପାଇଁ ଅନେକେ ଘରର ମୁଖ୍ୟଦ୍ୱାର ନିକଟରେ ଶୁଭ କଳସ ସ୍ଥାପନ କରିଥାନ୍ତି । ତେବେ ଏହି ଶୁଭ କଳସ ରଖିବାକୁ ନେଇ ମଧ୍ୟ କିଛିଟା ନିୟମ ରହିଛି, ଜାଣିରଖନ୍ତୁ...

ମୁଖ୍ୟ ଦ୍ୱାରର ବାମପଟେ ଶୁଭ ଜନସ ରଖିବା ଅତ୍ୟନ୍ତ ଭଲ ହୋଇଥାଏ । ଆବଶ୍ୟକ ସ୍ଥଳେ ଆପଣ ଚାହିଁଲେ ଏହାକୁ ଡାହାଣ ପଟେ କିମ୍ବା ଦ୍ୱାରର ସମ୍ମୁଖ ଭାଗରେ ମଧ୍ୟ ରଖିପାରିବେ । କିନ୍ତୁ ସମ୍ମୁଖରେ ରଖିଲେ ଭୁଲରେ କାହାର ଗୋଡ ବାକିଯିବାର ସମ୍ଭାବନା ଥାଏ । ତେଣୁ ନିଜର ସୁବିଧା ଅନୁଯାୟୀ ଶୁଭ କଳସକୁ ଦ୍ୱାରର ଯେଉଁଠି ଚାହିଁବେ ସେଠି ରଖିପାରିବେ । କିନ୍ତୁ ଧ୍ୟାନ ଦେବେ ଘରକୁ ଯିବାଆସିବା ସମୟରେ ଯେମିତି ଶୁଭକଳସ ଉପରେ ସମସ୍ତଙ୍କର ନିଜର ପଢିପାରୁଥିବ। ଯଦି ଆପଣଙ୍କ ମୁଖ୍ୟ ଦ୍ୱାରର କାନ୍ଥକୁ ଲାଗି ଚଉରା ରହିଛି, ତା'ହେଲେ ଉକ୍ତ ଚଉରାର ମଣ୍ଡପ ଉପରେ ଆପଣ ଏହି ଶୁଭ କଳସକୁ ମଧ୍ୟ ରଖିପାରିବେ ।

ପ୍ରତିଦିନ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନସାରି ପ୍ରଥମେ ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ଘ୍ୟ ଦେବେ, ତା'ପରେ ମା' ବୃନ୍ଦାବତୀଙ୍କୁ ପୂଜା କରିବେ । ଆଉ ତା'ପରେ ମୁଖ୍ୟ ଦ୍ୱାର ନିକଟରେ ଶୁଭ କଳସକୁ ସ୍ଥାପନା କରି ଘର ଠାକୁରଙ୍କୁ ପୂଜା କଲେ ପରିବାରର ମଙ୍ଗଳ ହୋଇଥାଏ ବୋଲି ବିଶ୍ୱାସ କରାଯାଏ ।

Subha Kalas
ଯଦି ସୂର୍ଯ୍ୟୋଦୟ ପୂର୍ବରୁ ଶୁଭ କଳସ ବସାଇବା ସମ୍ଭବ ହେଉନାହିଁ ତା'ହେଲେ ସକାଳର ପ୍ରଥମ ପ୍ରହର ଅର୍ଥାତ ସକାଳ ୯ଟା ଭିତରେ ଶୁଭ କଳସ ବସାଇବା ନିହାତି ଆବଶ୍ୟକ । ଶୁଭ କଳସର ପାଣି ବାସି ହେବା ଠିକ ନୁହେଁ ଅର୍ଥାତ ସକାଳେ ଯେଉଁ ଶୁଭ କଳସ ବସାଇଥିବେ ସୂର୍ଯ୍ୟାସ୍ତ ପୂର୍ବରୁ ସେହି କଳସର ପାଣିକୁ କୌଣସି ଗଛ ମୂଳରେ ଜାଳିଦେବେ । ପୁଣିଥରେ ତା'ପରଦିନ ଶୁଦ୍ଧ ଜଳରେ ପୁଣି ଶୁଭ ଜଳସ ବସାଇବେ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+