ଆଜି ହେଉଛି ପବିତ୍ର ଗୁରୁ ଦିବସ: ଆସନ୍ତୁ ଜାଣିବା ଆଜିର ମହତ୍ଵ

ଆଜି ହେଉଛି ପବିତ୍ର ଗୁରୁ ଦିବସ। ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ 'ଗୁରୁ ଦିବସ'ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଉଛି । ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ଆଲୋକ ଭଳି ସଠିକ ରାସ୍ତା ଦେଖାନ୍ତି ।

radha krishnan

କେବେ କଠୋର ଅନୁଶାସନ ତ ପୁଣି କେବେ ଗୁରୁଙ୍କ ଉତ୍ସାହପ୍ରଦ ପ୍ରେରଣା ବ୍ୟକ୍ତିକୁ ସାଧାରଣରୁ ଅସାଧାରଣ କରିଦିଏ। ଶିକ୍ଷା ଦିକ୍ଷା ପ୍ରତିଟି କ୍ଷେତ୍ରରେ ଗୁରୁଙ୍କର ମାର୍ଗଦର୍ଶନ ଜଣେ ବ୍ୟକ୍ତିକୁ କରାଏ ସଫଳ । ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଉଛି । ଡକ୍ଟର ରାଧାକ୍ରିଷ୍ଣନଙ୍କ ବ୍ୟକ୍ତିତ୍ବ ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଥିଲେ ଜଣେ ଶିକ୍ଷକ, ଦାର୍ଶନିକ ଓ ରାଜନୀତିଜ୍ଞ । ଜଣେ ଉଚ୍ଚ କୋଟିର ଶିକ୍ଷକ ଭାବରେ ତାଙ୍କର ଥିଲା ଅଶେଷ ଖ୍ଯାତି । ୧୮୮୮ ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁର ତିରୁଟ୍ଟନୀଠାରେ ଜନ୍ମଗ୍ରହଣ କରିଥିଲେ ଏହି ମହାନ ବ୍ୟକ୍ତିତ୍ୱ ।

ରାଧାକ୍ରିଷ୍ଣନଙ୍କ ଶୈଶବ ତିରୁଟ୍ଟନୀ ଓ ତିରୁପତିରେ କଟିଥିଲା ଏବଂ ତାଙ୍କର ପାଠପଢା ଆରମ୍ଭ ହୋଇଥିଲା ଖ୍ରୀଷ୍ଟିଆନ୍ ମିସନାରି ସ୍କୁଲରେ । ଉଚ୍ଚ ଶିକ୍ଷା ପରେ, ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି ମହାବିଦ୍ୟାଳୟରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି ମିଳିଥିଲା । ଏହାପର ଠାରୁ ରାଧାକ୍ରିଷ୍ଣନ ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ । ୧୯୧୮ରେ ରାଧାକ୍ରିଷ୍ଣନ ମହିଶୂର ବିଶ୍ୱବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ । ତାହାପରେ କଲିକତା ବିଶ୍ୱବିଦ୍ୟାଳୟ, ଲଣ୍ଡନର ହାର୍ଭାଡ୍ ବିଶ୍ୱବିଦ୍ୟାଳୟ, ମାଞ୍ଚେଷ୍ଟର ବିଶ୍ୱବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରିଥିଲେ ରାଧାକ୍ରିଷ୍ଣାନ । ଶିକ୍ଷକ-ଜୀବନରେ ସେ ଭାରତୀୟ ଦର୍ଶନ, ଧର୍ମ-ଦର୍ଶନ, ତୁଳନାତ୍ମକ ଧର୍ମ-ଦର୍ଶନ ଓ ନୀତିଶିକ୍ଷା ଆଦିରେ ଶିକ୍ଷାଦାନ କରିଥିଲେ।


ବେଦ ଓ ଉପନିଷଦର ବ୍ୟାଖ୍ୟାକାର ଥିଲେ ରାଧାକ୍ରିଷ୍ଣନ

Dr Sarvapalli Radhakrishna
ଶ୍ରୀମଦଭଗବତଗୀତାକୁ ଇଂରାଜୀରେ ଅନୁବାଦ କରିଥିଲେ ରାଧାକ୍ରିଷ୍ଣନ । ବେଦ ଓ ଉପନିଷଦକୁ ଅତି ସୁନ୍ଦର ଭାବରେ ବ୍ୟାଖ୍ୟା କରୁଥିଲେ ସେ । ଖାଲି ସେତିକି ନୁହେଁ ରାଧାକ୍ରିଷ୍ଣନ ସତ୍ୟାନୁରାଗୀ ଓ ସଦାଚାରୀ ବି ଥିଲେ । ୧୯୪୯ରେ ସୋଭିଏତେ ରଷିଆକୁ ଭାରତୀୟ ରାଷ୍ଟ୍ରଦୂତ ଭାବେ ପ୍ରେରିତ ହୋଇଥିଲେ ଏବଂ ୧୯୫୪ରେ ତାଙ୍କୁ ପ୍ରଦାନ କରାଯାଇଥିଲା ସମ୍ମାନଜନକ ଭାରତ ରତ୍ନ। ଆଜି ସେହି ମହାନ ଜନନାୟକଙ୍କ ଉଦ୍ଦେଶ୍ୟରେ ଦେଶବାସୀ ପାଳନ କରୁଛନ୍ତି ପବିତ୍ର 'ଗୁରୁ ଦିବସ'।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+