ଛୋଟ ଛୋଟ କଥାକୁ ନେଇ ଘରେ ଝଗଡ଼ା ଲାଗୁଛି କି?ତେବେ ସମାଧାନ ପାଇଁ କରନ୍ତୁ.....
ବେଳେବେଳେ ଦେଖାଯାଏ, କିଛି କାରଣ ନଥାଇ ବି ଛୋଟ ଛୋଟ କଥାକୁ ନେଇ ଘରେ ଝଗଡ଼ା ଲାଗେ, ସମ୍ପର୍କରେ ଫାଟ ସୃଷ୍ଟି ହୁଏ। ଘରୁ ସୁଖଶାନ୍ତି କୁଆଡ଼େ ହଜିଗଲା ଭଳି ଅନୁଭବ ହୁଏ। ଏ କ୍ଷେତ୍ରରେ ଘରେ କିଛି ବାସ୍ତୁଦୋଷ ରହିଥିବା ସନ୍ଦେହ କରାଯାଏ। ଏଥିରୁ କେମିତି ମୁକ୍ତି ପାଇହେବ ଜାଣନ୍ତୁ ସେ ସମ୍ପର୍କରେ...
-ଘରର ଉତ୍ତର ଦିଗରେ ତୁଳସୀ କିମ୍ବା ଅଁଳା ଗଛ ଲଗାଇବା ଦ୍ୱାରା ଘରର ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ ବୋଲି ବିଶ୍ୱାରହିଛି।
- କୁହାଯାଏ, ପ୍ରତି ଗୁରୁବାର ଦିନ ତୁଳସୀ ଚଉରାରେ କିଛି କ୍ଷୀର ଢାଳିଲେ ଘରେ ଅଯଥାରେ କଳହ ଲାଗେ ନାହିଁ। ଏହି ଉପାୟ ଦ୍ୱାରା ସୁଖଶାନ୍ତି ବି ବୃଦ୍ଧି ପାଇଥାଏ।

- ଘରର ଡ୍ରଇଁ ରୁମ୍ରେ ସନ୍ଥ ମହାତ୍ମାଙ୍କ ଆଶୀର୍ବାଦ ଭଙ୍ଗୀର ଫଟୋ ଲଗାଇବା ବି ଘର ପାଇଁ ଶୁଭ ହୋଇଥାଏ।
-ସୋରିଷ ତେଲରେ ଲବଙ୍ଗ ପକାଇ ଦୀପ ଜଳାଇଲେ ମଧ୍ୟ ଘରେ ଶାନ୍ତି ବଢିଥାଏ ବୋଲି ବିଶ୍ୱାସ ରହିଛି।
-ଯେଉଁ ଫର୍ଣିଚର୍ର କୋଣଗୁଡ଼ିକ ଗୋଲାକାର ଆକୃତିର ହୋଇଥିବ ସେହି ଫର୍ଣ୍ଣିଚର୍କୁ ଘରେ ପକାଇବା ଶୁଭ ହୋଇଥାଏ।
- ଘରେ ଲାଗିଥିବା ପାଣି ଟ୍ୟାପ୍ରୁ ଯେମିତି ପାଣି ଲିକ୍ କରୁନଥିବ ଏବଂ ଜଳ ନିଷ୍କାସନର ବ୍ୟବସ୍ଥା ଘରର ପୂର୍ବ କିମ୍ବା ଉତ୍ତର ଦିଗରେ କଲେ ଘରେ ଶାନ୍ତି ରହିଥାଏ।












Click it and Unblock the Notifications