ଆଜି ମହାମାୟାଙ୍କ ବିଜୟା ଦଶମୀ; ଅସତ୍ୟ ଉପରେ ସତ୍ୟର ଜୟ , ଅଧର୍ମ ଉପରେ ଧର୍ମର ଜୟ
ଆଜି ମହାମାୟାଙ୍କ ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ । ଅଧର୍ମ ଉପରେ ଧର୍ମର ଜୟ । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହେଉଛି ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମାଆ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି । ମାଆଙ୍କୁ ଦର୍ଶନ ପାଇଁ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ ତୋରଣ ଓ ସାଜସଜ୍ଜା ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରୁଛି । ଆଜି ମଣ୍ଡପ ମାନଙ୍କରେ ସିନ୍ଦୂର ଖେଳ ପରମ୍ପରା ରହିଛି । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

ପୁରାଣରେ ବର୍ଣ୍ଣିତ ଅଛି ଯେ, ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା' ଦୁର୍ଗତିନାଶିନୀ । ଅଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ ।
ଦୁର୍ଗାପୂଜା ପାଇଁ ରାଜ୍ୟର ପୂଜାମଣ୍ଡପଗୁଡ଼ିକରେ ଗତ ଷଷ୍ଠୀ ତିଥି ଠାରୁ ଗତକାଲି ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଭକ୍ତଙ୍କ ସମାଗମ ରହିଛି। ପୂଜାମଣ୍ଡପ ଗୁଡ଼ିକ ତରଫରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଦୋକାନ ବଜାର ଏବଂ ଦୋଳି, ପୂଜା ମାହୋଲକୁ ଦ୍ୱିଗୁଣିତ କରିଦେଉଛି। କେତେକ ପୂଜାମଣ୍ଡପରେ ସୁନା, ଚାନ୍ଦି ଏବଂ ରୂପାରେ ସଜ୍ଜା ଯାଇଛି। ଆକର୍ଷଣୀୟ ମେଢ଼ ସହିତ ଦୋକାନ-ବଜାର ବୁଲିବା ପାଇଁ ଶ୍ରଦ୍ଧାଳୁଙ୍କ ମନରେ ଉତ୍ସାହ ସୃଷ୍ଟି ହୋଇଛି।
ଦଶହରା ଅବସରରେ ରାଜ୍ୟର ଅନେକଗୁଡ଼ିଏ ଦୁର୍ଗାପୂଜା କମିଟି ପକ୍ଷରୁ ଆଜି ରାବଣପୋଡ଼ି ଆୟୋଜନ କରାଯାଇଛି। ସଂଜ ନଇଁଲେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ ହେବ। ଆତାଶବାଜି ଓ ବାଣ ଫୁଟିବ। ରାବଣର କୁଶପୁତ୍ତଳିକା ଜଳିବା ସହିତ ଚଳିତ ବର୍ଷର ବିଜୟା ଦଶମୀ ସଂପନ୍ନ ହେବ।
ରାବଣପୋଡ଼ି କାହିଁକି?
କିମ୍ବଦନ୍ତୀ ଅନୁସାରେ ଆଶ୍ବିନ ମାସ ଶୁକ୍ଲପକ୍ଷ ଦଶହରା ଦିନ ଭଗବାନ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଧ କରିଥିଲେ। ତେଣୁ ଦଶହରାକୁ ସତ୍ୟ ଉପରେ ଅସତ୍ୟର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଉଛି। ବିଜୟା ଦଶମୀ ଦିନ ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାବଣପୋଡ଼ି ଆୟୋଜନ କରାଯାଉଛି।
ରାଜଧାନୀ ଭୁବନେଶ୍ବରରେ ଏଥର ୧୨ଟି ବଦଳରେ ୭ଟି ସ୍ଥାନରେ ରାବଣପୋଡ଼ି ଆୟୋଜନ କରାଯାଉଛି। ନହରକଣ୍ଟା, କୋରଡ଼କଣ୍ଟା, ବରମୁଣ୍ଡା, ବାଙ୍କୁଆଳ, ଗୋପାଳପୁର (ଯାଆଁଳା), କିଟ୍ ରୋଡ ଓ କପିଳପ୍ରସାଦ ଫୁଟବଲ୍ ପଡ଼ିଆରେ ରାବଣପୋଡ଼ି ହେବ। ଏଥି ପାଇଁ ଅଗ୍ନିଶମ ବ୍ୟବସ୍ଥାକୁ କଡାକଡି କରିଛି।
ଏତଦ୍ ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ରାବଣପୋଡ଼ି ପାଇଁ ବ୍ୟପକ ବ୍ୟବସ୍ଥା କରାଯାଇଛି। ବରଗଡ଼ ଜିଲ୍ଲା ସୋହେଲା, ରାଉରକେଲା, ସମ୍ବଲପୁରର ରେମେଡରେ ମଧ୍ୟ ରାବଣପୋଡ଼ି ପାଇଁ ପ୍ରସ୍ତୁତି ଜୋରଦାର କରିଦିଆଇଛି।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications