Diabetes: ଡାଏବେଟିସର କାରଣ, ନିରାକରଣ ଓ ଚିକିତ୍ସା ସମ୍ବନ୍ଧରେ ଜାଣନ୍ତୁ, କାହିଁକି ହୁଏ ଡାଏବେଟିସ ?

Diabetes: ପରିବର୍ତ୍ତନଶୀଳ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ବର୍ତ୍ତମାନ ବିଭିନ୍ନ ରୋଗ ଦେଖାଦେଉଛି । ଏବେ ଡାଏବେଟିସ୍ ବା ମଧୁମେହ ରୋଗ ମଣିଷ ଶରୀରର ସବୁ ଦିନିଆ ଅତିଥି ହୋଇଗଲାଣି । ଆଜିର ସମୟରେ ପ୍ରତି ୧୦୦ ଜଣଙ୍କ ମଧ୍ୟରୁ ୨୦ରୁ ୨୫ ଜଣଙ୍କଠାରେ ଡାଏବେଟିସ୍ ସମସ୍ୟା ଦେଖିବାକୁ ମିଳୁଛି ।

ବିଭିନ୍ନ କାରଣରୁ ଡାଏବେଟିସ୍ ହେଉଥିଲେ ହେଁ ଏହାର ମୁଖ୍ୟ କାରଣ ବଂଶଗତ ବୋଲି ଡାକ୍ତର କୁହନ୍ତି । ଯଦି ପରିବାରର କୌଣସି ସଦସ୍ୟଙ୍କର ଡାଏବେଟିସ୍ ଥାଏ, ତେବେ ଅନ୍ୟ ସଦସ୍ୟଙ୍କୁ ଡାଏବେଟିସ୍ ହେବାର ଆଶଙ୍କା ଅଧିକ ରହିଥାଏ ।

ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍‌ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍‌ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।

Why Diabetes

ମଧୁମେହ ଟାଇପ ୧ (ଇଂରାଜୀରେ Type 1 DM) - ଯଥେଷ୍ଟ ଇନ୍‌ସୁଲିନ୍ ସ୍ରାବ ନ ହେବାରୁ ଏହି ରୋଗ ହୁଏ । ଏହି ରୋଗକୁ ପୂର୍ବେ ଇନ୍‌ସୁଲିନ୍ ଡିପେଣ୍ଡେଣ୍ଟ ଡାଏବେଟିସ୍ ମେଲିଟସ୍ କିମ୍ବା ଜୁଭେନାଅଇଲ ଡାଏବେଟିସ୍ (insulin-dependent diabetes mellitus" (IDDM) or "juvenile diabetes") କୁହାଯାଉଥିଲା । କେଉଁ କାରଣରୁ ଏହି ସ୍ରାବ ହୁଏ ନାହିଁ ତାହା ଜଣା ନାହିଁ ।

ମଧୁମେହ ଟାଇପ ୨ (ଇଂରାଜୀରେ Type 2 DM) ରୋଗରେ ଇନ୍‌ସୁଲିନ ପ୍ରତି ଜୀବକୋଷ ପ୍ରତିକ୍ରିୟାହୀନ ହୁଏ । ରୋଗ ଆଗେଇଲେ ଇନ୍‌ସୁଲିନ ଅଭାବ ମଧ୍ୟ ଦେଖାଯାଏ । ପୂର୍ବେ ଏହାକୁ ନନ୍ ଇନ୍‌ସୁଲିନ୍ ଡେପେଣ୍ଡେଣ୍ଟ ଡାଏବେଟିସ୍ (NIDDM) ବା ଆଡଲ୍ଟ ଅନସେଟ ଡାଏବେଟିସ୍ କୁହାଯାଉଥିଲା । ଏହି ରୋଗର ମୂଖ୍ୟ କାରଣ ମଧ୍ୟରେ ଅତ୍ୟଧିକ ଓଜନ ଓ ବ୍ୟାୟାନ ଅଭାବ ପରିଲକ୍ଷିତ ହୋଇଛି ।

ଗର୍ଭାବସ୍ଥା ଡାଏବେଟିସ୍‌ - କେତେକ ମହିଳାମାନଙ୍କର ପୁର୍ବରୁ ଅଧିକ ରକ୍ତ ଶର୍କରା ନ ଥାଇ ମଧ୍ୟ ଡାଏବେଟିସ ହୁଏ ।

ଶରୀରରେ ସ୍ୱାଭାବିକ ରକ୍ତ ଶର୍କରା ମାତ୍ରା ଶତକଡା଼ ୧୦୦ ମିଲିଗ୍ରାମରୁ କମ ଓ ଖାଇବାର ୨ ଘଣ୍ଟା ପରେ ଶତକଡା଼ ୧୪୦ ମିଲିଗ୍ରାମରୁ କମ । ରକ୍ତ ଶର୍କରା ମାତ୍ରା ବୃଦ୍ଧିପାଇ ଖାଲି ପେଟରେ ୧୨୬ ମିଲିଗ୍ରାମ ଓ ଖାଇବାର ଦୁଇଘଣ୍ଟା ପରେ ୨୦୦ ମିଲିଗ୍ରାମରୁ ଅଧିକ ହେଲେ ମଧୁମେହ (ଡାଇବେଟିସ) ହୋଇଛି ବୋଲି କୁହାଯାଏ । ରକ୍ତ ଶର୍କରା ଶତକଡା ୧୮୦ ମିଲିଗ୍ରାମରୁ ଅଧିକ ହେଲେ ପରିସ୍ରାରେ ମଧ୍ୟ ଶର୍କରା ଆସିଥାଏ । ଶର୍କରାକୁ ଇଂରାଜୀରେ ଗ୍ଲୁକୋଜ କୁହାଯାଏ।ଫଳରେ ଡାକ୍ତରମାନେ ରକ୍ତ ଗ୍ଲୁକୋଜ ଓ ପରିସ୍ରା ଗ୍ଲୁକୋଜ ମାପିଥାନ୍ତି ।

ଡାଇବେଟିସ ଏକା ଆସେ ନାହିଁ । କିଛି ଦିନ ଏପରି ରୋଗରେ ଆକ୍ରାନ୍ତ ହେବାପରେ ଉଚ୍ଚ ରକ୍ତଚାପ, ହୃଦ ରୋଗ, ସ୍ନାୟୁ ରୋଗ, ସ୍ମୃତିହାସ ରୋଗ, ଯୌନଶକ୍ତି ହ୍ରାସ, ସଂକ୍ରମଣ ରୋଗ, ଚର୍ମ ରୋଗପରି ବହୁ ରୋଗ ଶରୀରରେ ବସା ବାନ୍ଧନ୍ତି ।

କାହାକୁ ଅଧିକ ହେବାର ଆଶଙ୍କା ?

ପରିବାରରେ ବାପା,ମା,ନିକଟ ସମ୍ପର୍କୀୟ ଲୋକଙ୍କର ମଧୁମେହ ଥିଲେ ।
୩୫ ବର୍ଷରୁ ଉର୍ଦ୍ଧ ବୟସର ବ୍ୟକ୍ତିଙ୍କୁ ଏହି ରୋଗ ଆଶଙ୍କା ଅଧିକ ଥାଏ ।
ଆଳସ୍ୟ ପରାୟଣ ଲୋକ ମଧ୍ୟ ଏହାର ଶିକାର ହୋଇଥାନ୍ତି।ଏହା ବ୍ୟତିତ ଅନେକ କାରଣ ଅଛି ।

ଲକ୍ଷଣ

  • ଅଧିକ ଶୋଷ
  • ଅଧିକ ପରିସ୍ରା
  • ଓଜନ କମିଯିବା
  • ଅଧିକ ଭୋକ
  • ଅଧିକ ଥକା
  • ମାନ୍ଦା ଦୁର୍ବଳ ଲାଗିବା
  • ଆଖିକୁ ଝାପସା ଦିଶିବା
  • ଯୌନାଙ୍ଗରେ ଘା' ହେବା
  • ଯୌନଶକ୍ତି କମିଯିବା
  • ଗୋଡ଼ ଝିମ୍ ଝିମ୍ ହେଇ କାଦୁଅ ଲାଗିବା ପରି ହେବା
  • ଘା' ନ ଶୁଖିବା
  • ଗୁପ୍ତାଙ୍ଗ ପ୍ରବାହ, ଧଳାସ୍ରାବ, କୁଣ୍ଡାଇ ହେବା, କାଛୁ, ଯାଦୁ, ଚର୍ମ ସଂକ୍ରମଣ, କୁଣ୍ଡିଆ ପ୍ରଭୃତି ବାରମ୍ବାର ହେବା ଇତ୍ୟାଦି ।
  • କେତେକଙ୍କର ଗୋଟିଏ ଗୋଟିଏ ଲକ୍ଷଣ ପ୍ରକାଶ ପାଇଲେବି ଅନେକଙ୍କର ଏକାଧିକ ଲକ୍ଷଣ ପ୍ରକାଶ ପାଇଥାଏ । ଆଉ କେତେକଙ୍କର ମଧୁମେହ ଲକ୍ଷଣ ପ୍ରକାଶ ନ ପାଇ ମଧ୍ୟ ଏହି ରୋଗ ହେଇଥାଏ । ହୃଦ ରୋଗ, କିଡନୀ ରୋଗ, ଆଖି ରୋଗ ତଥା ଅନ୍ୟାନ୍ୟ ରୋଗ ପରିକ୍ଷା କଲା ବେଳେ ଏହି ରୋଗ ଧରାପଡ଼ିଥାଏ ।

ଚିକିତ୍ସା

ବହୁ କ୍ଷେତ୍ରରେ ଡାଇବେଟିସ ସାରା ଜୀବନ ରହିଥାଏ । ତେଣୁ ଜୀବନଶୈଳୀ ପରିବର୍ତ୍ତନ ଡାଇବେଟିସର ମୂଳ ଚିକିତ୍ସା।ଜୀବନଶୈଳୀରେ ଖାଦ୍ୟ, ଯୋଗ, ବ୍ୟାୟମ, ମାନସିକ ସନ୍ତୁଳନ ରକ୍ଷା, ହିଂସା, ଲୋଭ, ଆସକ୍ତି ସମ୍ବନ୍ଧୀୟ ନିଜ ମନର ବୁଝାମଣା, ଉତ୍ତମ ପାରିବାରିକ ସମ୍ବନ୍ଧ, ଭଲ ବହି ପଢ଼ିବା, ଆର୍ଥିକ ସଂଗତି, ନିଶାଦ୍ରବ୍ୟ ବର୍ଜନ ଓ ଆଠ ଘଣ୍ଟା ନିଦ୍ରା ଗୁରୂତ୍ୱପୂର୍ଣ୍ଣ । ଏଥିରେ ଯଦି ଡାଇବେଟିସ ମାତ୍ରା ଅନୁସାରେ ନିୟନ୍ତ୍ରିତ ନ ହୁଏ ତେବେ ଔଷଧ ସେବନ ଓ ଇନସୁଲିନ୍ ଇଞ୍ଜେକସନ ଚିକିତ୍ସା କରାଯାଇଥାଏ ।

ଡାଇବେଟିସର କେତେକ ସ୍ୱତନ୍ତ୍ର ପରୀକ୍ଷା

ଏଚ୍ ବି ଏ ୱ୍ଆନ୍ ସି

ଦୁଇ ତିନି ମାସ ଧରି ରକ୍ତ ଶର୍କରା ନିୟନ୍ତ୍ରିତ ଅଛି କି ନାହିଁ ଜାଣିବା ପାଇଁ ଏହି ପରୀକ୍ଷା କରାଯାଇଥାଏ । ଯେଉଁମାନେ ଦୀର୍ଘ ଦିନ ଧରି ଡାଇବେଟିସ ଚିକିତ୍ସାରେ ଅଛନ୍ତି, ସେମାନେ ବାରମ୍ବାର ରକ୍ତ ଶର୍କରା ପରୀକ୍ଷା ନ କରି ପ୍ରତିବର୍ଷ ଦୁଇଥର କରି ପାରନ୍ତି । ଏହାର ମାତ୍ରା ସର୍ବଦା ଶତକଡା ସାତ ତଳେ ରହିବା ଦରକାର । ଶତକଡା ସାତ ଛ ହେଲା ଆଦର୍ଶ ଡାଇବେଟିସ କଣ୍ଟ୍ରୋଲ । ବର୍ଷ ସାରା ଏହି ସଂଖ୍ୟା ସାତ ଛ ରହିଲେ ଡାଇବେଟିସ ରୋଗ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଅଛି ଏବଂ ସୁସ୍ଥଲୋକ ସହିତ ସମାନ ।

ଉଚ୍ଚ ରକ୍ତଚାପ ପରୀକ୍ଷା

ସବୁ ଡାଇବେଟିସ ରୋଗୀଙ୍କର ରକ୍ତଚାପ ୧୧୫-୩୦/୭୫-୮୫ ମିଲିମିଟର ପାରଦ ମଧ୍ୟରେ ରହିଲେ ହୃଦ ରୋଗ, କିଡନୀ ରୋଗ, ଚକ୍ଷୁ ରୋଗ ହୋଇନ ଥାଏ । ସେଥିପାଇଁ ଆବଶ୍ୟକ ହେଲେ ସ୍ୱତନ୍ତ୍ର ଔଷଧ ଖାଇ ନିୟନ୍ତ୍ରଣ କରିବା ଉଚିତ । ବର୍ଷରେ ଚାରିଥର ଉଚ୍ଚ ରକ୍ତଚାପ ପରୀକ୍ଷାକରି ନିୟନ୍ତ୍ରଣରେ ରହିବା ଭଲ ।

ରକ୍ତର ଚର୍ବି ଅଂଶ

ରକ୍ତର ଚର୍ବି ଅଂଶକୁ ଡାକ୍ତରୀ ଭାଷାରେ ସିରମ୍ ଲିପିଡ୍ କୁହାଯାଏ । ସେଥିରେ ଭଲ କଲେଷ୍ଟରଲ, ଖରାପ କଲେଷ୍ଟରଲ, ଟ୍ରାଇ ଗ୍ଲିସେରାଇଡ ମପାଯାଏ । ଏହାର ମାପ ବଢିଯାଇଥିଲେ ଷ୍ଟାଟିନ୍ ଔଷଧ ଖାଇବା ଦରକାର ହୁଏ । ଏହାକୁ ଠିକ ସୀମାରେ ରଖିଲେ ହାର୍ଟ୍ ଆଟାକ୍,ବ୍ରେନ ଆଟାକ୍ ବହୁତ କମିଯାଏ ।

ଓଜନ ପରୀକ୍ଷା ଓ ପେଟ ମାପ

ବୟସ,ଉଚ୍ଚତା ଅନୁସାରେ ଓଜନ ଠିକ ରଖିବା ଉଚିତ । ନାହି ଉପରେ ପେଟର ମାପ କେବେ ନବେ ସେଣ୍ଟିମିଟରରୁ ଅଧିକ ନ କଲେ ଭଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+